ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ଆଜି ପହିଲି ରଜ, ଟ୍ୱିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Published By : Anindita | June 14, 2024 8:33 AM

ଭୁବନେଶ୍ୱ,୧୪/୬: ଆଜି ପହିଲି ରଜ । ମାଟି ଓ ଆକାଶର ମିଳନର ପର୍ବ । କୃଷିଭିତ୍ତିକ ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ଜ୍ୟେଷ୍ଠ ମାସ ଶେଷ ଓ ଆଷାଢ଼ର ପହିଲି ପୁଲକରେ ଆସିଛି ରଜ ପର୍ବ । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲି ଯାଇଛି ସଜବାଜ । ଆଜି ପହିଲି ରଜ ପାଳନ ପାଇଁ ସବୁଠି ଉତ୍ସାହ ଦେଖିବାକୁ ମିଳିଥିବା ବେଳେ ରଜ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସମ୍ବଲପୁର ସାଂସଦ ତଥା ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ରାଜ୍ୟବାସୀଙ୍କୁ ରଜ ଉତ୍ସବ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ରଜ ଶୁଭେଚ୍ଛା ଜଣାଇ ଲେଖିଛନ୍ତି ଯେ, ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ । ସେହିପରି ଧର୍ମେନ୍ଦ୍ର ପ୍ରଧାନ ଲଖିଛନ୍ତି ଯେ, 'ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ରଜ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡିହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ କରୁ, ଏହା କାମନା ।'

ତେବେ ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ଭୂମି ଦହନ ପରେ ବସୁମତି ସ୍ନାନ କରାଯିବ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୌଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ଏଥିପାଇଁ ଝିଅମାନେ ପାଦରେ ବାନ୍ଧିଥାନ୍ତି କଦଳି ପାଟୁକା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସୁଛନ୍ତି ଭଉଣୀ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.