ପ୍ରମୂଖ ଖବର
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଅଣ୍ଡା ଦର ୭ ଟଙ୍କାକୁ ବୃଦ୍ଧି, ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

Published By : Harapriya Sethi | March 2, 2025 12:16 PM

ଭୁବନେଶ୍ୱର,୦୨/୦୩: ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ବୃଦ୍ଧି କରିଛନ୍ତି । ଅଣ୍ଡା ଦର ୫ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ୍ସରେ ଉଲ୍ଲେଖ କରିଛନ୍ତି । କୋମଳମତି ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ରାଜ୍ୟ ସରକାର ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଅଣ୍ଡା ଦର ବୃଦ୍ଧି ପାଇଁ ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଅଙ୍ଗନବାଡ଼ି କେନ୍ଦ୍ରରେ ଦିଆଯାଉଥିବା ଅଣ୍ଡା ଦର ବଢ଼ାଇବାକୁ ପୂର୍ବରୁ ଦାବି ହୋଇଆସୁଥିଲା ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.