ପ୍ରମୂଖ ଖବର
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ବିଷାକ୍ତ ଛତୁ ଖାଇ ପରିବାରର ୮ ଅସୁସ୍ଥ; ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି

Published By : Anindita Ratha | July 1, 2025 9:17 AM

ଛତ୍ରପୁର,୦୧/୦୭: ବିଲରେ ଫୁଟିଥିବା ବିଷାକ୍ତ  ଛତୁ ଖାଇ ଗୋଟିଏ ପରିବାରର ୮ ଜଣ ଅସୁସ୍ଥ । ଗଞ୍ଜାମ ବ୍ଲକ୍ ସାତୁଳି  ଗ୍ରାମରୁ ସାମ୍ନାକୁ ଏହି ଖବର । ଅସୁସ୍ଥ ୮ଜଣକୁ ଚିକିତ୍ସା ପାଇଁ ପ୍ରଥମେ ନିକଟସ୍ଥ ଖଣ୍ଡିଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେମାନଙ୍କ  ଅବସ୍ଥା ଗୁରୁତର ହେବାରୁ ସମସ୍ତଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ସୂଚନା ମୁତାବକ, ସୁରଥ ସାହୁଙ୍କ ପରିବାର ସୋମବାର ବିଲରୁ ଛତୁ ଆଣି ରୋଷଇ କରି ଖାଇଥିଲେ । କିଛି ସମୟ ପରେ ସେମାନଙ୍କର ବାନ୍ତି ଆରମ୍ଭ ହୋଇଥିଲା । ପରିବାର ଜଣକ ପରେ ଜଣେ ୮ଜଣ ଅସୁସ୍ଥ ହୋଇଥିଲେ । ସମସ୍ତଙ୍କୁ ତୁରନ୍ତ ନିକଟସ୍ଥ ଖଣ୍ଡଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା । ହେଲେ  ସେଠାରେ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ଦୁଇଟି ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ଏମକେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଛି । ତେବେ ଅସୁସ୍ଥମାନେ ସୁରଥ ସାହୁ, ସୁଶାନ୍ତି ସାହୁ, ଅମର ସାହୁ, ରାଜା ସାହୁ, ବିପନା ସାହୁ, ସୁଇଟି ସାହୁ, ସପନା ସାହୁ, ସୁକୁରୁ ସାହୁ ବୋଲି ଜଣାପଡ଼ିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.