ପ୍ରମୂଖ ଖବର
  • ରାଜ୍ୟରେ ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭୋଟ୍ ପୂର୍ବରୁ ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ, ପଶ୍ଚିମବଙ୍ଗ ଡିଜିପିଙ୍କ ସହ ୬ ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୮/୦୩: ଲୋକସଭା ନିର୍ବାଚନ ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ନିର୍ବାଚନ ଆୟୋଗ । ୬ ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି । ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡ ଆଦି ୬ ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ କୁହା ଯାଇଛି ।

ଏଥିସହ ପଶ୍ଚିମବଙ୍ଗର ପୋଲିସ ଡିଜିଙ୍କୁ ପ୍ରତ୍ୟାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ ଆୟୋଗ । ଆୟୋଗଙ୍କ ପକ୍ଷରୁ କୁହାଯାଇଛି ଯେ, ନିର୍ବାଚନ ସୁରୁଖୁରୁରେ କରିବାକୁ ପଦକ୍ଷେପ ନିଆ ଯାଉଛି । ଏହା ପୂର୍ବରୁ ନିର୍ବାଚନ ଆୟୋଗ ୨୦୧୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଏବଂ ୨୦୧୯ ଲୋକସଭା ନିର୍ବାଚନ ସମୟରେ ତତ୍କାଳୀନ ଡିଜିପିଙ୍କୁ ହଟାଇଥିଲେ । 

୨୦୨୪ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରି ସାରିଛନ୍ତି । ସାରା ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଲାଗି ମତଦାନ ହେବ । ଜୁନ୍ ୪ରେ ଭୋଟ୍ ଗଣତି ପରେ ଆସିବ ଫଳାଫଳ । ପ୍ରଥମ ପର୍ଯ୍ୟାୟ ଭୋଟ୍ ଏପ୍ରିଲ୍ ୧୯ରେ ହେବ । ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍ ୨୬, ତୃତୀୟ ପର୍ଯ୍ୟାୟ ମେ ୭, ଚତୁର୍ଥ ପର୍ଯ୍ୟାୟ ମେ ୧୩, ପଞ୍ଚମ ପର୍ଯ୍ୟାୟ ମେ ୨୦, ଷଷ୍ଠ ପର୍ଯ୍ୟାୟ ମେ ୨୫ ଏବଂ ଜୁନ୍ ୧ରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍ ପଡ଼ିବ । 

  • prameyanews
  • PrameyaOdia
  • prameya
  • General Election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.