ପ୍ରମୂଖ ଖବର
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଦୁଇ ବିଧାୟକଙ୍କୁ ହାଇକୋର୍ଟ ଝଟ୍‌କା, ଜଳେଶ୍ୱର ଓ ନର୍ଲା ବିଧାୟଙ୍କ ବିରୋଧରେ ଚାଲିବ ନିର୍ବାଚନୀ ଅନିୟମିତତା ମାମଲା

Published By : Krishna Priya | March 11, 2025 1:50 PM

ଭୁବନେଶ୍ୱର ୧୧/୦୩: ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଦୁଇ ବିଧାୟକଙ୍କୁ ହାଇକୋର୍ଟ ଝଟ୍‌କା । ଜଳେଶ୍ୱର ବିଧାନସଭା ନିର୍ବାଚନୀ ଅନିୟମିତତା ମାମଲାରେ ବିଧାୟକ ଅଶ୍ୱିନୀ ପାତ୍ରଙ୍କ ବିରୋଧରେ ମାମଲା ଚାଲିବ । ବିନା ଶୁଣାଣିରେ ମାମଲା ଖାରଜ ପାଇଁ ଅଶ୍ୱିନୀଙ୍କ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ବିଧାୟକ ଅଶ୍ୱିନୀ ପାତ୍ରଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ନେଇ ମାମଲା ଦାୟର କରିଛନ୍ତି ପରାଜିତ ପ୍ରାର୍ଥୀ ବ୍ରଜ ପ୍ରଧାନ ।

ସେହିଭଳି ନର୍ଲା ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ବିଧାୟିକା ମନୋରମା ମହାନ୍ତିଙ୍କ ବିରୋଧରେ ଚାଲିବ ନିର୍ବାଚନୀ ମାମଲା । ପରାଜିତ ପ୍ରାର୍ଥୀ ଭକ୍ତ ଦାସଙ୍କ ଆବେଦନକୁ ମଞ୍ଜୁରୀ ଦେଲେ ହାଇକୋର୍ଟ । ନିର୍ବାଚନୀ ମାମଲା ଖାରଜ ପାଇଁ ମନୋରମାଙ୍କ ଆବେଦନ ଖାରଜ ହୋଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.