PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ପ୍ରଥମ ପର୍ଯ୍ୟାୟ ଭୋଟ୍‌ ପାଇଁ ବିଜ୍ଞପ୍ତି ଜାରି: ପ୍ରଥମ ଦିନରେ ୪ ନାମାଙ୍କନ ଦାଖଲ

source:www.cityofenderby.com

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ପାଇଁ ଆଜି ବିଜ୍ଞପ୍ତି ଜାରି ହୋଇଛି । ପ୍ରଥମ ପର୍ଯ୍ୟାୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଭଳି ୪ଟି ଲୋକସଭା ଆସନ ଓ ସେମାନଙ୍କ ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମ ଦିନରେ ୪ ଜଣ ପ୍ରାର୍ଥୀ ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସିଇଓଙ୍କ ସୂଚନା ମୁତାବକ, ପ୍ରଥମ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ୪ଟି ଲୋକସଭା ଆସନ ପାଇଁ ପ୍ରଥମ ଦିନ କୌଣସି ନାମାଙ୍କନ ଦାଖଲ ହୋଇନାହିଁ । ତେବେ ଆଜି ନର୍ଲା, ନବରଙ୍ଗପୁର, ବ୍ରହ୍ମପୁର ଓ ମାଲକାନଗିରି ବିଧାନସଭା ଆସନ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ସୋମବାର ଜାରି ହୋଇଥିବା ବିଜ୍ଞପ୍ତି ମୁତାବକ, ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀମାନେ ଆଜିଠାରୁ ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ । ଏପ୍ରିଲ ୧୧ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ହେବ । ଏଥିରେ ୪ଟି ଯାକ ଲୋକସଭା ନିର୍ବାଚନମଣ୍ଡଳୀ ଓ ଏହା ଅନ୍ତର୍ଗତ ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ ଓ ପଟାଙ୍ଗୀ ବିଧାନସଭା ଆସନ ପାଇଁ ବି ମତଦାନ ହେବ ।