PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ମହଙ୍ଗା ହେଲା ଅମୁଲ ଓ ମଦର ଡାଏରୀ କ୍ଷୀର ଦାମ୍, ଲିଟର ପ୍ରତି ବଢିଲା ୨ ଟଙ୍କା
  • ||
  • ଜମ୍ମୁ-କାଶ୍ମୀରରେ ୩୯ ଜଣ ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ନଦୀରେ ଖସିଲା, ୭ ମୃତ
  • ||
  • ସୁନ୍ଦରଗଡ଼ : ଲଗାଣ ବର୍ଷାରେ ବେହାଲ ହେମଗିର ବ୍ଲକ, ଭାଙ୍ଗିଗଲା ୧୨ ଘର
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ଵର : ରାଜ୍ୟରେ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ସରକାର, ୭ଦିନ ଯାଏଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
  • ||
  • ଭୁବନେଶ୍ଵର : ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବେ ଜିଲ୍ଲାପାଳ- ଏସଆରସି
  • ||
  • ନୟାଗଡ଼ : ନୟାଗଡ଼ର ୩୦ଟି ବିଦ୍ୟାଳୟକୁ ଛୁଟି ଘୋଷଣା
  • ||
  • କଟକ : ମୁଣ୍ଡଳୀ ନିକଟରେ ବିପଦ ସଙ୍କେତ ଟପିଲା ମହାନଦୀର ଜଳସ୍ତର
  • ||
  • ଭଦ୍ରକ : ବୈତରଣୀରେ ବନ୍ୟା, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୩୫ରୁ ଉର୍ଦ୍ଧ୍ଵ ଗାଁ ଜଳବନ୍ଦୀ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୨୫୫ ପଜିଟିଭ୍ ଚିହ୍ନଟ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ ବିଭତ୍ସ ହତ୍ୟା, ମାଆ ସମ୍ମୁଖରେ ପୁଅକୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
  • ||

ବିଦ୍ୟୁତ ଷ୍ଟ୍ରକ୍ଚର ସଂସ୍ପର୍ଶରେ ଆସି ଯୁବ ବିଦ୍ୟୁତ କର୍ମଚାରୀ ମୃତ, ଗ୍ରାମବାସୀଙ୍କ ଦ୍ୱାରା ରାସ୍ତା ଅବରୋଧ

ହିନ୍ଦୋଳ ୫/୭: ହିନ୍ଦୋଳ ଉପଖଣ୍ତ ଚରଣପୁର ଠାରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକ ସ୍ଥାନୀୟ ବିଦ୍ୟୁତ ଷ୍ଟ୍ରକ୍ଚର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ମୃତକ ଜଣକ ସ୍ଥାନୀୟ ଗ୍ରାମର ସୁକାନ୍ତ ସାହୁ । ସେ ହିନ୍ଦୋଳ ବିଦ୍ୟୁତ ସେକ୍ସନରେ ଜଣେ କର୍ମଚାରୀ ମଧ୍ୟ ଥିଲେ । ଷ୍ଟ୍ରକଚର ଉପରେ ଚଢି ବିଦ୍ୟୁତ ସଜାଡୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ସେ ମୃତ୍ୟୁବରଣ କରିଥିଲେ । ବିଦ୍ୟୁତ ବିଭାଗର ଏଭଳି ବେପରୁଆ ଓ ନିରାପତ୍ତା ବିହୀନ କାର୍ଯ୍ୟରେ ନିରୀହ ଜୀବନ ଚାଲିଗଲା ବୋଲି ଉତ୍ୟକ୍ତ ଗ୍ରାମର ଗ୍ରାମବାସୀ ଅଭିଯୋଗ କରିବା ସହ ତୁରନ୍ତ କ୍ଷତିପୁରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି । ବହୁ ବିଳମ୍ବ ସତ୍ତ୍ୱେ କୌଣସି ବିଦ୍ୟୁତ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିନଥିବାରୁ ଚାପା ଉତ୍ତେଜନା ପ୍ରକାଶ ପାଇଛି । ଘଟଣାସ୍ଥଳରେ ହିନ୍ଦୋଳ ଏସଡିପିଓ ଅଞ୍ଜନା ଟୁଡୁ ପହଞ୍ଚି ଶାନ୍ତିଶୃଙ୍ଖଳା ରକ୍ଷାକରିବାକୁ ଜନସାଧାରଣଙ୍କୁ ବୁଝାସୁଝା କରୁଥିବା ଦେଖିବାକୁ ମିଳିଛି ।