PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ ଲଜପତ୍‌ ନଗର ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ
  • ||
  • ଭୁବନେଶ୍ଵର : ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ପାରିତ, ମୋ ଘର ଯୋଜନା ପ୍ରସ୍ତାବରେ ବାଜିଲା ମୋହର
  • ||
  • ଗୌହାଟୀ : ଭୂମିକମ୍ପ ଝଟ୍‌କାରେ ଥରିଲା ଆସାମ, ରିକ୍ଟର ସ୍କେଲରେ ୪.୪ ତୀବ୍ରତା ରେକର୍ଡ
  • ||
  • ଭୁବନେଶ୍ୱର : ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ: ୭ରୁ ୮ ପ୍ରସ୍ତାବ ଉପରେ ବାଜିପାରେ ମୋହର, ବଡ଼ ଘୋଷଣା ଉପରେ ନଜର
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ଅନୁକୂଳ ପରେ ଦଣ୍ଡାରେ ପଡ଼ିଲା କଣ୍ଟା, ଗୁଜ, ଜଳଯନ୍ତ୍ର ରହି ଉଠିଲା ନିରାଡି
  • ||
  • ଭୁବନେଶ୍ୱର: ଜୁନ୍‌ ୧ରୁ ବଢ଼ିବ ତାତି, ତତଲା ପବନ କଲବଲ କରିବ: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା
  • ||
  • କେସିଙ୍ଗା : ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ଲକ୍ଷାଧିକ ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ଲୁଟ୍
  • ||
  • କରଞ୍ଜିଆ : କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||

ଆମ୍ବ ଗୋଟାଇବାକୁ ଯିବା ବେଳେ ଆକ୍ରମଣ କଲା ହାତୀ, ମହିଳା ୱାର୍ଡ ମେମ୍ବରଙ୍କ ମୃତ୍ୟୁ

ପ୍ରତିକାତ୍ମକ ଚିତ୍ର

ତେଲକୋଇ, ୨୫/୦୫ : କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ ବିମଳା ଫରେଷ୍ଟ ସେକ୍ସନ ବନବିହାରିପୁର ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଲେ ଦ୍ବିତୀକୃଷ୍ଣ ନାୟକଙ୍କ ସ୍ତ୍ରୀ ଦ୍ରୋପଦୀ ନାୟକ (୬୦ ବର୍ଷ)। ସେ ଆକୁଳ ପଞ୍ଚାୟତର ୧୦ ନଂ ୱାର୍ଡର ୱାର୍ଡ ମେମ୍ବର ମଧ୍ୟ ରହିଥିବା ଜଣାପଡିଛି ।

ଘଟଣା ଆନୁଯାୟୀ, ବୁଧବାର ବିଳମ୍ୱିତ ରାତିରେ ଝଡ଼ ତୋଫାନ ହୋଇଥିଲା। ତେଣୁ ଭୋର ସମୟରୁ ଦ୍ରୋପଦୀ ଘର ପାଖରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟେଇବାକୁ ବାହାରି ଯାଇଥିଲେ । ହେଲେ ବାଟରେ ହାତୀ ହାବୁଡ଼ରେ ପଡିଯାଇଥିଲେ । ହାତୀଟି ଦ୍ରୋପଦୀଙ୍କୁ ଶୁଣ୍ଢରେ ଆକ୍ରମଣ କରି ଫୋପାଡ଼ି ଦେଇ ପଳାଇ ଥିଲା। କିଛି ସମୟ ପରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ତେଲକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ବନ କର୍ମଚାରୀ ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ମୃତକଙ୍କ ପରିବାରକୁ ଭେଟିଛନ୍ତି । ପ୍ରଥମ ପର୍ଯ୍ୟାୟରେ ମୃତଙ୍କ ପରିବାରକୁ ବନ ବିଭାଗ ପକ୍ଷରୁ ୬୦ ହଜାର ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯାଇଛି । ତେବେ ବନ ବିହାରୀପୁର ଅଞ୍ଚଳରେ ୧୫ ଟିକିଆ ହାତୀପଲ ଡେରା ପକାଇଥିବା ବିଭାଗ ପକ୍ଷରୁ ସୂଚନା ରହିଛି ।