PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ଶୌଚ ହେବାକୁ ଯାଇଥିବା ବେଳେ ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଢେଙ୍କାନାଳ, ୨୮/୦୬ : ଢେଙ୍କାନାଳ ବନଖଣ୍ଡରେ ହାତୀ ଉପଦ୍ରବ। ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା। ଆଜି ଭୋର ସମୟରେ ହିନ୍ଦୋଳ ବନାଞ୍ଚଳର ବମ୍ପା ଗ୍ରାମରେ ଜଣେ ବୃଦ୍ଧଙ୍କୁ ଏକ ଦନ୍ତାହାତୀ ଶୁଣ୍ଢରେ ଟେକି କଚାଡ଼ି ଦେଇଛି । ଫଳରେ ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ, ବମ୍ପା ଗ୍ରାମର ଶରତ ପଲେଇ ଆଜି ଭୋର ସମୟରେ ସ୍କୁଲ ପଛପଟକୁ ଶୌଚ ହେବାକୁ ଯାଇଥିଲେ । ଏହି ସମୟରେ ଶରତ ଗାଁ ସ୍କୁଲ ପାଖକୁ ପଶିଆସିଥିବା ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା। ଶରତ ଚିତ୍କାର ଶୁଣି ଗ୍ରାମବାସୀ ପଳାଇଆସିବାରୁ ହାତୀଟି ପାଖ ଜଙ୍ଗଲକୁ ପଳାଇଯାଇଛି । ହିନ୍ଦୋଳ ବନ କର୍ମଚାରୀ ମାନେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛନ୍ତି ।