ପ୍ରମୂଖ ଖବର
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ଫସଲ ଜଗିବା ହେଲା କାଳ, ସ୍ଵାମୀ-ସ୍ତ୍ରୀଙ୍କୁ ଦଳିଦେଲା ବଣୁଆ ହାତୀ

Published By : Rasmita Pradhan | August 26, 2025 10:04 AM

ପାଇକମାଳ, ୨୬/୦୮ : ଫସଲ ଜଗିବା ହେଲା କାଳ। ଦମ୍ପତିଙ୍କୁ ଦଳିଦେଲା ଦନ୍ତା। ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଧାନ୍ଦୁପାଲି ଗାଁରେ ସୋମବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଦୁଇ ଜଣ ବଳରାମ ରଣା (୫୮ ବର୍ଷ) ଓ ସ୍ତ୍ରୀ ଶଶୀ ରଣା (୫୨ ବର୍ଷ) ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ଧାନ୍ଦୁପାଲି ଗାଁର ବଳରାମ ରଣା ଓ ତାଙ୍କ ସ୍ତ୍ରୀ ଶଶୀ ରଣା ବିଲରେ ପରିବା ଚାଷ କରିଥିଲେ। ସବୁଦିନ ପରି ଗତକାଲି ରାତିରେ ଉଭୟ ସ୍ଵାମୀ ସ୍ତ୍ରୀ ବିଲରେ ଫସଲ ଜଗିଥିଲେ। ବିଳମ୍ଵିତ ରାତିରେ ଏକ ବଣୁଆ ହାତୀ ଆକ୍ରମଣ କରିବାରୁ ସେମାନଙ୍କର ମୃତ୍ୟୁ ହୋଇଥିଲା। ମଙ୍ଗଳବାର ସକାଳୁ ତାଙ୍କ ପରିବାର ଲୋକ ବିଲକୁ ଯିବା ବେଳେ ଉଭୟଙ୍କ ମୃତଦେହ ଦେଖିଥିଲେ। ଫସଲ ନଷ୍ଟ ହୋଇଥିବା ଦେଖି ହାତୀ ଦଳି ଦେଇଥିବା ଜାଣିବାକୁ ପାଇଥିଲେ। ଏହି ଘଟଣା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଅଞ୍ଚଳରେ ବଣୁଆ ହାତୀ ବୁଲୁଛି ବୋଲି ବନ ବିଭାଗ କାହିଁକି ସତର୍କ କଲାନି ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ଏହା ସହ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଦେବା ସହ ହାତୀକୁ ଘଉଡ଼ାଇବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.