ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ହାତୀ, ମହିଳା ଗୁରୁତର

Published By : Harapriya Sethi | November 28, 2024 9:51 AM

ଆଠଗଡ଼, ୨୮/୧୧: ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ହାତୀ । ଗୁରୁତର ହେଲେ ମହିଳା । ଗୁରୁତର ମହିଳା ଜଣଙ୍କ ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଦଣ୍ଡପଡ଼ିଆ ଗ୍ରାମର କୁନି ଚମ୍ପିଆ ବୋଲି ଜଣାପଡ଼ିଛି । ଆଠଗଡ଼ ବନଖଣ୍ଡ ଖୁଣ୍ଟୁଣି ରେଞ୍ଜ ଅନ୍ତର୍ଗତ ସାଉରିଆ ଲେବୁଲ୍ କ୍ରସିଂ ପାଖରେ ଥିବା ଫାର୍ମ ହାଉସ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ମହିଳା ଜଣକ ଫାର୍ମ ହାଉସ୍ ପାଖକୁ ଶୌଚ ହେବା ପାଇଁ ଯାଇଥିଲେ । ସେଠାରେ ସେ ହାତୀ ହାବୁଡ଼ରେ ପଡ଼ିଥିଲେ । ହାତୀଟି ମହିଳାଙ୍କୁ ଆକ୍ରମଣ କରିଥିଲା । ଫଳରେ ମହିଳା ଜଣକ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରରନ୍ତ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଖୁଣ୍ଟୁଣି ବନ ବିଭାଗ କର୍ମଚାରୀ ପହଞ୍ଚି ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରିଥିଲେ । ମହିଳାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ଡ଼ାକ୍ତରଖାନାକୁ ନିଆଯାଇ ଥିବା ବେଳେ ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ଖୁଣ୍ଟୁଣୀ ରେଞ୍ଜର ନୀଳମାଧବ ସାହୁ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.