ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ତେଲକୋଇରେ ଦନ୍ତା ହାତୀ ମୃତ, କାରଣ ଅସ୍ପଷ୍ଟ

ତେଲକୋଇ, ୧୦/୧୧ : କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ ସଲେଇକେନା ଜୁଆଙ୍ଗ ସାହି ନିକଟରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳୁ ଲୋକେ ହାତୀକୁ ଏକ ଧାନ ଜମି ନିକଟରେ ପଡ଼ିଥିବା ଦେଖିଥିଲେ। ହାତୀର ମୃତ୍ୟ ହୋଇଥିବା ଜଣାପଡ଼ିବା ପରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। 

ଖବର ପାଇ ତେଲକୋଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ହାତୀ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡ଼ି ନାହିଁ। ବନ ବିଭାଗର ଅବହେଳା ଓ ଦାୟିତ୍ଵହୀନତା ପାଇଁ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.