ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଆଠଗଡ଼ ବନଖଣ୍ଡରେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶ ଆସି ଚାଲିଗଲା ଦନ୍ତା ହାତୀର ଜୀବନ

Published By : Harapriya Sethi | February 27, 2025 10:19 AM

ଆଠଗଡ,୨୭/୦୨: ଆଠଗଡ଼ ବନଖଣ୍ଡରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । କୁଲାଇଲୋ କ୍ରସର୍ ପଡ଼ିଆରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି । ହାତୀଟି ୩୩ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିବା ଜଣାପଡ଼ିଛି । କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ କୁଲାଇଲୋ କ୍ରସର୍ ପଡ଼ିଆରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ହାତୀଟି କୁଲାଇଲୋ କ୍ରସର ପଡ଼ିଆକୁ ଆସିଥିଲା । ସେଠାରେ ଏଣେତେଣେ ବୁଲୁଥିବା ବେଳେ ହାତୀଟି ୩୩ କେଭି ତାର ସଂସ୍ପର୍ଶରେ ଆସିଥିଲା । ଫଳରେ ଘଟଣା ସ୍ଥଳରେ ହିଁ ହାତୀଟିର ମୃତ୍ୟୁ ହୋଇଥିଲା । ହାତୀଟିର ମୃତଦେହ ଦେଖି ସ୍ଥାନୀୟଲୋକେ ତୁରନ୍ତ ବନ ବିଭାଗର ଅଧିକାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗର ଅଧିକାରୀ ପହଞ୍ଚି ମୃତଦେହ ଜବତ କରିଛନ୍ତି । ସବୁଠୁ ଆଶ୍ଚର୍ଯ୍ୟର କଥା, ଉକ୍ତ ସ୍ଥାନରେ ବିଦ୍ୟୁତ ତାର ମାତ୍ର ୧୦ ଫୁଟ ଉଚ୍ଚତାରେ ଯାଇଥିବା ଦେଖିବାକୁ ମିଳିଛି । ବିଦ୍ୟୁତ୍ ବିଭାଗର ଅବହେଳା ପାଇଁ ଏଭଳି ଘଟଣା ଘଟିଥିବାରୁ ସ୍ଥାନୀୟ ଲୋକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.