ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦୁଇ ଦନ୍ତା ସଙ୍ଘର୍ଷରେ ଗୋଟିଏ ହାତୀର ମୃତ୍ୟୁ, ଚାଷ ଜମିରୁ ଉଦ୍ଧାର ହେଲା ମୃତଦେହ

Published By : Harapriya Sethi | March 3, 2025 9:08 AM

ଭୁବନେଶ୍ୱର,୦୩/୦୩: ଦୁଇ ହାତୀଙ୍କ ସଙ୍ଘର୍ଷ ମଧ୍ୟରେ ଚାଲିଗଲା ଗୋଟିଏ ହାତୀର ଜୀବନ । ଅଁଳାବେରେଣୀ ଫରେଷ୍ଟ ସେକ୍ସନ ଜାମୁଝରା ଗାଁ ପାଖ ଚାଷ ଜମିରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି । ଦନ୍ତା ହାତୀଟିର ବୟସ ପ୍ରାୟ ୩୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଜାମୁଝରା ଗାଁ ପାଖ ଚାଷ ଜମିରେ ଦୁଇ ଦନ୍ତା ହାତୀଙ୍କ ମଧ୍ୟରେ ସଙ୍ଘର୍ଷ ହୋଇଥିଲା । ଦୁଇ ହାତୀ ପରସ୍ପରକୁ ଆକ୍ରମଣ କରିଥିଲେ । ଦୀର୍ଘ ସମୟ ଧରି ସଙ୍ଘର୍ଷ କରିବା ପରେ ଶେଷରେ ଗୋଟିଏ ହାତୀର ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗର ଅଧିକାରୀ ପହଞ୍ଚି ହାତୀର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ଏନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.