ନୂଆଦିଲ୍ଲୀ,୨୯/୦୫: ଡୋନାଲ୍ଡ ଟ୍ରମ୍ପ ଓ ଏଲନ ମସ୍କଙ୍କ ସମ୍ପର୍କରେ ଫାଟ। ଭାଙ୍ଗିଲା ଟ୍ରମ୍ପ ଓ ମସ୍କ ଯୋଡ଼ି । ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ମସ୍କ। ଟ୍ରମ୍ପ ସରକାରରେ ଡିଓଜିଇ ମୁଖ୍ୟ ଭାବେ ଦାୟିତ୍ବ ସମ୍ଭାଳୁଥିବା ମସ୍କ ଅଚାନକ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ନିଜ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ମସ୍କ ।
ତେବେ ଏଲନ ମକ୍ସ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇ କହିଛନ୍ତି ଯେ, ଆମେରିକା ସରକାରରେ ସର୍ବୋଚ୍ଚ ପରାମର୍ଶଦାତା କର୍ମଚାରୀ ଭାବେ ମୋର କାର୍ଯ୍ୟକାଳ ଶେଷ ହୋଇଛି । ଅଯଥା ଖର୍ଚ୍ଚ କମାଇବାକୁ ସୁଯୋଗ ଦେଇଥିବାରୁ ଟ୍ରମ୍ପଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି । ସମୟ ସହ ଡିଓଜିଇ ବିଭାଗ ଆହୁରି ଶକ୍ତିଶାଳୀ ହେବ”।
As my scheduled time as a Special Government Employee comes to an end, I would like to thank President @realDonaldTrump for the opportunity to reduce wasteful spending.
— Elon Musk (@elonmusk) May 29, 2025
The @DOGE mission will only strengthen over time as it becomes a way of life throughout the government.
ତେବେ ଟ୍ରମ୍ପ ଦ୍ବିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ ଡିଓଜିଇର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ । ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ୍ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା । ମସ୍କ ଏହି ବିଭାଗର ଦାୟିତ୍ବ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବା ବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା । ହେଲେ ଏବେ ଉକ୍ତ ପଦବୀକୁ ଛାଡ଼ିଛନ୍ତି ମସ୍କ । ତେବେ ଗତ କିଛି ଦିନ ହେବ ଟ୍ରମ୍ପଙ୍କ ବିବାଦୀୟ ନିଷ୍ପତି ଯୋଗୁଁ ମସ୍କ ତାଙ୍କ ପଦରୁ ଇସ୍ତଫା ଦେଇଥିବା ନେଇ ଜୋର ଧରିଛି ଚର୍ଚ୍ଚା ।