ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଭୁସୁଡୁଛି ଲାଲଗଡ଼, ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୧୦ ଆତଙ୍କୀ

Published By : Rasmita Pradhan | November 22, 2024 12:19 PM

ମାଲକାନଗିରି, ୨୨/୧୧ : ଭୁସୁଡୁଛି ଲାଲଗଡ଼। ନିପାତ ହେଉଛି ଲାଲବାହିନୀ। ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାରେ ବଡ଼ ଧରଣର ଅପରେସନ। ଭେଜି ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାବାହିନୀ ମୁହାଁମୁହିଁ। ଏନକାଉଣ୍ଟରରେ ୧୦ ମାଓବାଦୀ ସଫା। ଘଟଣାସ୍ଥଳରୁ ୩ଟି ଅଟୋମେଟିକ୍ ରାଇଫଲ୍ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ।

ସୂଚନାନୁଯାୟୀ, ମାଓବାଦୀମାନେ ଓଡ଼ିଶା ଦେଇ ଛତିଶଗଡ଼ରେ ପ୍ରବେଶ କରୁଥିବା ନେଇ ସୁରକ୍ଷାବାହିନୀକୁ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ଡିଆରଜି ବାହିନୀ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ମାଓବାଦୀମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ। ଫଳରେ ସୁରକ୍ଷାବାହିନୀ ଏହାର ପାଲଟା ଜବାବ ଦେଇଥିଲା। ଏହି ଏନକାଉଣ୍ଟରରେ ୧୦ ଜଣ ମାଓବାଦୀ ନିପାତ ହୋଇଛନ୍ତି। ଘଟଣାସ୍ଥଳରୁ ୩ଟି ଅଟୋମେଟିକ୍ ରାଇଫଲ୍, ଏକେ-୪୭ ଏବଂ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ଏନେଇ ସୁକମା ଏସପି ସୂଚନା ଦେଇଛନ୍ତି। 






Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.