ଜଗଦଲପୁର, ୦୧/୦୩ : ଛତିଶଗଡ଼ ସୁକମା ଜିଲ୍ଲାରେ ଏନକାଉଣ୍ଟର। ଶନିବାର ସୁରକ୍ଷାବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ନକ୍ସଲ ନିହତ ହୋଇଛନ୍ତି। ସେମାନଙ୍କ ଶବ ଜବତ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।
ସୂଚନାନୁଯାୟୀ, ସୁକମା ଜିଲ୍ଲା କିସ୍ତାରାମ ଜଙ୍ଗଲରେ ନକ୍ସଲମାନେ ସକ୍ରିୟ ଥିବା ନେଇ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ଡିଆରଜି ଏବଂ କୋବ୍ରାର ଜଏଣ୍ଟ ଟିମ୍ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ନକ୍ସଲମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ। ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏହି ଏନକାଉଣ୍ଟରରେ ୨ ନକ୍ସଲ ନିହତ ହୋଇଛନ୍ତି। ସେମାନଙ୍କର ଶବ ଜବର କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି।
ଭୁଶୁଡ଼ୁଛି ଲାଲ ଗଡ଼। ଦୁର୍ବଳ ହେଉଛି ମାଓ ସଙ୍ଗଠନ। ଆଜି ଛତିଶଗଡ଼ ବିଜାପୁର ଜିଲ୍ଲା ଏସପିଙ୍କ ନିକଟରେ ୭ ଜଣ ହାର୍ଡକୋର୍ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ଏବେ ଆଉ ୨ ନକ୍ସଲ ନିହତ ହୋଇଛନ୍ତି।
ଏହି ଖବରଟିକୁ ପଢନ୍ତୁ-ଆତ୍ମସମର୍ପଣ କଲେ ୭ ହାର୍ଡକୋର୍ ମାଓବାଦୀ, ମୁଣ୍ଡ ଉପରେ ଥିଲା ୩୨ ଲକ୍ଷ ଟଙ୍କାର ପୁରସ୍କାର