ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଭାରତୀୟ ସେନାର ଅପରେସନ ଲାସାନା; ପୁଞ୍ଚରେ ଏନକାଉଣ୍ଟର, ଜଣେ ଯବାନ ଆହତ

Published By : Ankita S | April 15, 2025 8:55 AM

ଶ୍ରୀନଗର,୧୫/୦୪: ସୀମାରୁ ଆତଙ୍କୀ କାର୍ଯ୍ୟକଳାପ ମୂଳପୋଛ କରିବାକୁ କୁମ୍ବିଂ ଅପରେସନ୍ ଜୋରଦାର ହୋଇଛି । ଜାମ୍ମୁକାଶ୍ମୀର ପୁଞ୍ଚରେ ଭାରତୀୟ ସେନାର ଅପରେସନ୍ 'ଲାସାନା' ଜରିଆରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଏବେ ବି ସର୍ଚ୍ଚ ଅପରେସନ୍ ଜାରି ରହିଛି ।

ଭାରତୀୟ ସେନା ଓ ଜାମ୍ମୁକାଶ୍ମୀର ପୋଲିସର ମିଳିତରେ ଅପରେସନ 'ଲାସାନା' ଜୋରଦାର ହୋଇଛି । ସୋମବାର ମଧ୍ୟରାତିରେ ପୁଞ୍ଚର ସୁରାନକୋଟ ଲାସାନା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟ ଗୁଳି ବିନିମୟ ହୋଇଥିଲା । ଏଥିରେ ଜଣେ ଯବାନ ଆହତ ହୋଇଛନ୍ତି । ଗୁଇନ୍ଦା ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ଅପରେସନ୍ 'ଲାସାନା' ଲଞ୍ଚ କରିଥିଲା ସେନା । ସ୍ଥାନୀୟ ଅଞ୍ଚଳରେ ଅତିରିକ୍ତ ସେନା ମୁତୟନ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ...LOCରେ ଆତଙ୍କୀଙ୍କ ଅନୁପ୍ରବେଶ ପଣ୍ଡ, ଜଣେ ଯବାନ ଶହୀଦ୍

ଉଲ୍ଲେଖ୍ୟନୀୟ ଗତ ୧୧ ତାରିଖରେ ଜମ୍ମୁ-କାଶ୍ମୀରର କିସ୍ତୱାରା ଜିଲ୍ଲା ଚତ୍ରୁ ଜଙ୍ଗଲରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୩ ଆତଙ୍କବାଦୀ ନିହତ ହୋଇଥିଲେ । ସେମାନଙ୍କ ମଧ୍ୟରେ ଜୈସ୍‌ କମାଣ୍ଡର ସୈଫୁଲ୍ଲା ନିପାତ ହୋଇଥିଲା । ୩ ଆତଙ୍କୀଙ୍କ ମୁଣ୍ଡରେ ୫ ଲକ୍ଷ ଲେଖାଏଁ ଟଙ୍କାର ପୁରସ୍କାର ରାଶି ରହିଥିଲା । ୩ ଦିନ ଧରି ଗୁଳି ବିନିମୟ ପରେ ୩ ଆତଙ୍କୀବାଦୀ ନିପାତ କରିବାରେ ସଫଳ ହୋଇଥିଲେ ସେନା । ଏଥିରେ ପଞ୍ଜାବ ୯ ଜେସିଓ (ସୁବେଦାର) କୁଳଦୀପ ଚାନ୍ଦ ଶହୀଦ ହୋଇଥିଲେ । କିସ୍ତୱାରା ଅଞ୍ଚଳରୁ ଆତଙ୍କବାଦୀଙ୍କୁ ମୂଳପୋଛ କରିବା ପାଇଁ ଆଗକୁ ମଧ୍ୟ କୁମ୍ବିଂ ଅପରେସନ ଜୋରଦାର ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.