ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଗନ୍ଧମାର୍ଦ୍ଦନ ପାହାଡ଼ରେ ଗୁଳି ବିନିମୟ, ପୋଲିସ-ମାଓବାଦୀ ମୁହାଁମୁହିଁ

Published By : Rasmita Pradhan | February 7, 2025 9:18 AM

ଭୁବନେଶ୍ଵର, ୦୭/୦୨ : ବଲାଙ୍ଗିର ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ପୋଲିସ-ମାଓବାଦୀ ମୁହାଁମୁହିଁ। ଖପ୍ରାଖୋଲ ବ୍ଲକ ଭାନପୁର ଗାଁ ନିକଟରେ ଏନକାଉଣ୍ଟର ହୋଇଛି। ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ଗନ୍ଧମାର୍ଦ୍ଦନରେ ଏବେ ବଲାଙ୍ଗିର ଓ ବରଗଡ଼ ପୋଲିସ ପକ୍ଷରୁ ମିଳିତ କମ୍ବିଂ ଅପରେସନ କରାଯାଉଛି। ବଲାଙ୍ଗିର ଏସପି ରିସିକେଶ ଖିଲାରୀ ଏନେଇ ସୂଚନା ଦେଇଛନ୍ତି। 

ଏହି ଖବରଟିକୁ ପଢନ୍ତୁ-କାର୍ଯ୍ୟାନୁଷ୍ଠାନ ପରେ ଧାନ କିଣା ଠପ୍, ମଣ୍ଡି ବାହାରେ କାକର ଖାଉଛି ଚାଷୀର ଧାନ

ସୂଚନାନୁଯାୟୀ, ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ମାଓବାଦୀମାନେ ଲୁଚିଥିବା ନେଇ ଗୁନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ବଲାଙ୍ଗିର ଓ ବରଗଡ଼ ପୋଲିସ ପକ୍ଷରୁ ମିଳିତ କମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା। ସର୍ଚ୍ଚ ଅପରେସନ ବେଳେ ମାଓବାଦୀମାନେ ପୋଲିସ ଉପରକୁ ଗୁଳି ଚଳାଇଥିଲେ। ପୋଲିସ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲା। ତେବେ ଏହି ଏନକାଉଣ୍ଟରରେ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.