ପ୍ରମୂଖ ଖବର
  • ଆସନ୍ତା ୩୧ ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା
  • ||
  • ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର
  • ||
  • ଭୁବନେଶ୍ବର: ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ଗଙ୍ଗାଲୁର ଜଙ୍ଗଲରେ ଏନକାଉଣ୍ଟର, ଯବାନଙ୍କ ଗୁଳିରେ ଟଳିଲେ ୨ ହାର୍ଡକୋର୍ ମାଓବାଦୀ

Published By : Rasmita Pradhan | August 14, 2025 1:12 PM

ମାଲକାନଗିରି, ୧୪/୦୮ : ଛତିଶଗଡ଼ ବିଜାପୁର ଜିଲ୍ଲାର ଗଙ୍ଗାଲୁର ଜଙ୍ଗଲରେ ଏନକାଉଣ୍ଟର। ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଯବାନଙ୍କ ଗୁଳିରେ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଦୁଇ ଜଣ DRG ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ବାୟୁସେନାର ହେଲିକପ୍ଟର ଯୋଗେ ରାୟପୁରକୁ ସ୍ଥାନାନ୍ତର କରାଯାଇଛି। 

ସୂଚନାନୁଯାୟୀ, ଗଙ୍ଗାଲୁର ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ଖବର ମିଳିଥିଲା। ଏହାପରେ ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ମାଓବାଦୀମାନେ ଗୁଳି ଚଳାଇଥିଲେ। ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏହି ଏନକାଉଣ୍ଟରରେ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ସେହିପରି ପାଲଟା ଆକ୍ରମଣରେ ଦୁଇ ଜଣ DRG ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ବାୟୁ ସେନାର ହେଲିକପ୍ଟର ଯୋଗେ ରାୟପୁରକୁ ସ୍ଥାନାନ୍ତର କରାଯାଇଛି। ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ଏହି ଅପରେସନରେ ନକ୍ସଲପନ୍ଥୀଙ୍କର ବିପୁଳ କ୍ଷତି ହୋଇଛି। ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ମାଓବାଦୀଙ୍କ ମୃତଦେହ ଠାବ ହୋଇଛି। ଘଟଣା ସ୍ଥଳରୁ ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ମୃତ ମାଓବାଦୀ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ସଦସ୍ୟ ବିଜୟ ରେଡ୍ଡି  ଓ DVCM ମେମ୍ବର ଲୋକେସ ସଲାମେ ବୋଲି ବସ୍ତର ଆଇଜି ସୁନ୍ଦରରାଜ ପି. ସୂଚନା ଦେଇଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.