ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଛତିଶଗଡ଼ ଗରିଆବନ୍ଦ ଜଙ୍ଗଲରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ନକ୍ସଲ ନିହତ

Published By : Harapriya Sethi | May 3, 2025 11:25 AM

ଭୁବନେଶ୍ୱର, ୦୩/୦୫: ଓଡ଼ିଶା ସୀମାନ୍ତ ଛତିଶଗଡ଼ ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର । ଶୋଭା ଥାନା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲ ମଧ୍ୟରେ ହୋଇଥିଲା ଏନକାଉଣ୍ଟର । ଏହି ଏନକାଉଣ୍ଟରରେ ଜଣେ ୟୁନିଫର୍ମ ପିନ୍ଧା ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ଗୋଟିଏ SLR ସହ ଅସ୍ତ୍ରଶସ୍ତ୍ର ଏବଂ ଜରୁରୀ ସାମଗ୍ରୀ ଜବତ କରାଯାଇଛି । ଗରିଆବନ୍ଦ ଏସପି ଆନୁଷ୍ଠାନିକ ଭାବରେ ଏହି ଏନକାଉଣ୍ଟରକୁ ନିଶ୍ଚିତ କରିଛନ୍ତି ।

ଗରିଆବନ୍ଦ ଏସପିଙ୍କ ସୂଚନା ଅନୁସାରେ, ଜଙ୍ଗଲରେ ସ୍ଥାନୀୟ ପୋଲିସ ସହ ମିଶି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିଲା । ଯେଉଁଥିରେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିଲା । ପରେ ମାଓବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ପରେ ପୋଲିସର ସର୍ଚ୍ଚ ଅପରେସନରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି । ମୃତ ନକ୍ସଲ ଜଣଙ୍କ ୟୁନିଫର୍ମ ପିନ୍ଧିଥିବା ଜଣାପଡିଛି । ଏହା ସହିତ ଘଟଣାସ୍ଥଳରୁ ଗୋଟିଏ SLR ସହ ଅସ୍ତ୍ରଶସ୍ତ୍ର ଏବଂ ଜରୁରୀ ସାମଗ୍ରୀ ଜବତ କରାଯାଇଛି । ଏବେବି ଗାରିଆବନ୍ଦ ପୋଲିସ ଏବଂ ସୁରକ୍ଷା ବାହିନୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.