ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

Operation Keller: ଜମ୍ମୁ ଓ କାଶ୍ମୀରରେ ଏନକାଉଣ୍ଟର; ଜଣେ ଆତଙ୍କବାଦୀ ନିହତ, ଦୁଇ ଜଣ ଫସି ରହିଥିବା ସନ୍ଦେହ

Published By : Bijay Swain | May 13, 2025 6:32 PM

Image courtesy: mathrubhumi

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରର ଶୋପିଆନ ଜିଲ୍ଲାରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ସହ ଏକ ମୁହାଁମୁହିଁ ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଶୋପିଆନର ଜିନପାଥର କେଲର ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିଲା। ଯେଉଁଠାରେ ଆହୁରି ଦୁଇ ଜଣ ଆତଙ୍କବାଦୀ ଫସିଥିବା ସନ୍ଦେହ କରାଯାଉଛି।

ସୂଚନା ମୁତାବକ, ଭାରତୀୟ ସେନାର ରାଷ୍ଟ୍ରୀୟ ରାଇଫଲ୍ସ ଇଉନିଟରୁ ମିଳିଥିବା ନିର୍ଦ୍ଦିଷ୍ଟ ଗୁଇନ୍ଦା ସୂଚନା ଆଧାରରେ ସେନା ଏହି ଅଞ୍ଚଳରେ ଏକ ସର୍ଚ ଆଣ୍ଡ ଡିଷ୍ଟ୍ରୟ ଅପରେସନ ଆରମ୍ଭ କରିଥିଲା। ଅପରେସନ ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଭାରୀ ଗୁଳିବର୍ଷଣ କରିଥିଲେ। ଯାହାର ଜବାବରେ ଭାରତୀୟ ସେନା ମଧ୍ୟ ତୀବ୍ର ଗୁଳିବିନିମୟ କରିଥିଲା। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଏବେ ମଧ୍ୟ ସେହି ଅଞ୍ଚଳରେ ଫସିଥିବା ଆଶଙ୍କା କରାଯାଉଛି। 

ସୂତ୍ର ଅନୁଯାୟୀ, ନିହତ ଆତଙ୍କବାଦୀ ଲସ୍କର-ଏ-ତୋଇବା ସଙ୍ଗଠନ ସହ ଜଡ଼ିତ ଥିଲେ। ଏହି ଏନକାଉଣ୍ଟର ପରେ ଅଞ୍ଚଳଟିକୁ ସମ୍ପୂର୍ଣ୍ଣ ଘେରାବନ୍ଦୀ କରାଯାଇ ଅଧିକ ସର୍ଚ ଅପରେସନ ଜାରି ରଖାଯାଇଛି। ଆତଙ୍କୀ ସଂଗଠନ ଉକ୍ତ ଅଞ୍ଚଳରେ ସକ୍ରିୟ ରହିଥିବା ବେଳେ ସେନା ପକ୍ଷରୁ ଏନକାଉଣ୍ଟର ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ଉକ୍ତ ଅଞ୍ଚଳରେ ଅଧିକ ସୁରକ୍ଷାକର୍ମୀ ମୁତୟନ କରାଯାଇଛି। ଏହାଛଡା ସୁରକ୍ଷା ବାହିନୀ ଅନ୍ୟ ଫସିଥିବା ଆତଙ୍କବାଦୀଙ୍କୁ ଖୋଜି ବାହାର କରିବା ପାଇଁ ଜୋରଦାର ଅପରେସନ ଜାରି ରଖିଛନ୍ତି। 

ଏହି ଅପରେସନ ଏପ୍ରିଲ ୨୨ ତାରିଖରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଆରମ୍ଭ ହୋଇଥିବା ‘ଅପରେସନ ସିନ୍ଦୁର’ର ଏକ ଅଂଶ ବୋଲି କୁହାଯାଉଛି। ପହଲଗାମ ଆକ୍ରମଣରେ ୨୬ ଜଣ ନିରୀହ ନାଗରିକ ପ୍ରାଣ ହରାଇଥିଲେ। ଏହାର ଜବାବରେ ଭାରତ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀରରେ ଆତଙ୍କବାଦୀ ଭିତ୍ତିଭୂମି ଉପରେ ଏୟାରଷ୍ଟ୍ରାଇକ କରିଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.