ନବରଙ୍ଗପୁର, ୦୯।୦୫ : ନବରଙ୍ଗପୁର ଜିଲ୍ଲା ରାଇଘରରେ ପୋଲିସ-ମାଓବାଦୀ ମୁହାଁମୁହିଁ । ଏହି ଏନକାଉଣ୍ଟରରେ ୨ ମାଓବାଦୀ ନିହତ ହୋଇଛନ୍ତି । ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି।
ସୂଚନା ଅନୁଯାୟୀ, ନବରଙ୍ଗପୁର ଜିଲ୍ଲା ରାଇଘରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କମ୍ବିଂ ଅପରେସନ ଚାଲିଥିଲା । ଏହି ସମୟରେ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲା । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଏପିରିକି ଦୀର୍ଘ ସମୟ ଧରି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଏହି ଏନକାଉଣ୍ଟରରେ ୨ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ସେପଟେ ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଛି।