ପ୍ରମୂଖ ଖବର
  • ଗୁଳି ମାଡ଼ରେ ଏନସିପି ନେତା ବାବା ସିଦ୍ଦିକି ମୃତ
  • ||
  • ସମ୍ମାନ ବଞ୍ଚାଇ ପାରିଲା ନାହିଁ ବାଂଲାଦେଶ, ୧୩୩ ରନ୍‌ରେ ହରାଇଲା ଭାରତ
  • ||
  • ସୁଭଦ୍ରାରେ ତ୍ରୁଟି ଥିଲେ ଯିବ ଫୋନ୍‌ କଲ୍‌, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ମିଳିବ ଟଙ୍କା
  • ||
  • ଶ୍ରୀମନ୍ଦିରରେ ପଡିଲା ରକ୍ତଛିଟା, ମହାସ୍ନାନ କରିଲେ ମହାପ୍ରଭୁ
  • ||
  • ଦରମଗାଡ ନଦୀରେ ଭାସି ନିଖୋଜ ହୋଇଥିଲେ ମହିଳା, ଉଦ୍ଧାର ହେଲା ମୃତଦେହ
  • ||
  • ପିଆଜ ଦର ବୃଦ୍ଧିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା, ଖୁବ୍‌ ଶୀଘ୍ର କମିବ ଦର
  • ||
  • ଭୁବନେଶ୍ୱର : ପାର୍ବଣରେ ଅପରାଧ ନିୟନ୍ତ୍ରଣ ପାଇଁ କମିଶନରେଟ ପୋଲିସର ‘ଅପରେସନ ତ୍ରିଭୁଜ’
  • ||
  • ବଣାଇ : ପରିବା ବ୍ୟବସାୟୀଙ୍କ ଉପରେ ଚଢିଗଲା କାର୍‌, ବ୍ୟକ୍ତି ମୃତ
  • ||
  • କଟକରେ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କ ପାଇଁ କଲେ ସୁଖ ଏବଂ ସମୃଦ୍ଧି କାମନା
  • ||
  • ସମ୍ୱଲପୁର : ମହାନଦୀରେ ଦୁଇ ନାବାଳକ ଭାସିଯିବା ଘଟଣା: ୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ଯାଜପୁର : ବଙ୍ଗାଳୀ ସାହି ଦୁର୍ଗା ମଣ୍ଡପରୁ ଚୋରି, ମା'ଙ୍କ ରୁପା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ମଣ୍ଡପରେ ମା’ଙ୍କ ମହାନବମୀ, ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
  • ||

କିସ୍ତଓ୍ୱାରରେ ଏନକାଉଣ୍ଟର; ଆତଙ୍କବାଦୀଙ୍କ ଗୁଳିରେ ୨ଯବାନ ଶହୀଦ

ନୂଆଦିଲ୍ଲୀ,୧୪/୦୯: ଜମ୍ମୁ କାଶ୍ମୀରର ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ଗୋଟିଏ ଦିନରେ ହୋଇଛି ୨ଟି ଏନକାଉଣ୍ଟଟର । କିସ୍ତଓ୍ବାରରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଭାରତୀୟ ଯବାନ ଶହୀଦ ହୋଇଥିବା ବେଳେ ଅନ୍ୟ 2 ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶହୀଦ ଦୁଇ ଯବାନ ହେଉଛନ୍ତି ନାଏବ ସୁବେଦାର ବିପିନ କୁମାର ଓ ସିପାହୀ ଅରବିନ୍ଦ ସିଂ । ଏବେ ମଧ୍ୟ ଉକ୍ତ ଅଞ୍ଚଳରେ ଅପରେସନ ଜାରି ରହିଛି । ଏନେଇ ସେନାର ‘ହ୍ବାଇଟ ନାଇଟ କ୍ରପ୍ସ’ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ମୁତାବକ,ବିଳମ୍ବିତ ରାତିରେ କିସ୍ତଓ୍ବାରର ନାଇଡଗାମ ଗାଁରେ ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏନକାଉଣ୍ଟର କିଛି ସମୟ ଚାଲିବା ପରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଭାରତୀୟ ସେନାର ଦୁଇ ଯବାନ ଶହୀଦ ହୋଇଥିଲେ । ସେହିପରି ଦୁଇ ଯବାନ ଆହତ ହୋଇଥିବାରୁ ସଙ୍ଗେ ସଙ୍ଗେ ଉଭୟଙ୍କୁ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ଚିକିତ୍ସା ଜାରି ରହିଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ସୂଚନା ହସ୍ତଗତ ହୋଇନାହିଁ । ନାଇଡଗାମ ଗାଁ ଭୟର ବାତାବରଣ ଖେଳିଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ସେହିପରି ଜମ୍ମୁ-କାଶ୍ମୀର ବାରମୂଲାର ଚକ୍ ଟାପର୍ କ୍ରେରି ପଟ୍ଟାନ୍ ଅଞ୍ଚଳରେ ଯବାନ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । କେହି ଆତଙ୍କୀ ନିପାତ ହୋଇଥିବା ଖବର ବର୍ତ୍ତମାନ ସୁଦ୍ଧା ଆସିନଥିବା ବେଳେ ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । କାଶ୍ମୀର ଜୋନ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.