ମେଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ,ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିିଯିବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଆସିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ବୃଷ : ତୃତୀୟ ଚନ୍ଦ୍ର, ତୃତୀୟା ତିଥି ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବଙ୍କ ସହ ସଦ୍ଭାବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ରୋହିଲୀ ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ସକାଳ ୮ଟା ୫୩ ମିନିଟ୍ ପର୍ଯ୍ୟନ୍ତ ଦ୍ୱିତୀୟା ତିଥି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେଇପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱର ।

ସିଂହ : ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଏକାଦଶ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ଉନ୍ନତିର ଶିଖର ଛୁଇଁବ । ପରିସ୍ଥିତି, ପରିବେଶ ଆପଣଙ୍କ ସପକ୍ଷରେ ଯିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚସମ୍ମାନ ଲାଭ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତପ୍ରତିଶତ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଶୁକ୍ଳପକ୍ଷର ନବମ ଚନ୍ଦ୍ର, ଗୁରୁବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍କର୍ମ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ସପ୍ତମ ଚନ୍ଦ୍ର, ଦ୍ୱିତୀୟ ତିଥି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତବାର ଓ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କମଳା ।

ମୀନ : ପଞ୍ଚମ ଚନ୍ଦ୍ର, ଗୁରୁବାର, ଘାତଚନ୍ଦ୍ର ଓ ଘାତତିଥି ସକାଳ ୮ଟା ୫୩ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩