ମେଷ : ସପ୍ତମ ଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଷଷ୍ଠ ଚନ୍ଦ୍ର, ବୁଧବାର, ମଙ୍ଗଳ, ରାହୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ହୃତ ଗୌରବ ଫେରିପାଇବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିଯିବ । ଯେଉଁମାନଙ୍କର କୃତ୍ତିକା ବୃଷ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ମିଥୁନ : ପଞ୍ଚମ ଚନ୍ଦ୍ର, ବୁଧବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ବିଦ୍ୟାରେ ବିଚକ୍ଷଣତା, ବଚନରେ ସଂଯମତା ଏବଂ ଆପଣଙ୍କ ବଚନରେ ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ନୂତନ ବିଦ୍ୟା ଓ କଳାରେ ନିଜର ପରାକାଷ୍ଟା ପ୍ରଦର୍ଶନ କରିବେ ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ କରିବେ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ଧଳା, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀ, ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତି ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଆସିବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ତୃତୀୟ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ବୁଧବାର ଯୋଗୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ଆର୍ଥିକ ସଂସ୍ଥାରେ ନିବେଶ କରିବେ । ଧନର ସତ୍ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ଦରମାରେ କିଛି ବୃଦ୍ଧି ଘଟିପାରେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଶ୍ରୀଚନ୍ଦ୍ର, ବୁଧବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଏକାଦଶ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଗୃହାରାମ୍ଭ, ବ୍ୟବସାୟ ଆରମ୍ଭ ଆଦି ଉନ୍ନତିମୂଳକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଦଶମ ଚନ୍ଦ୍ର, ଦଶମୀ ତିଥି, ବୁଧବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

କୁମ୍ଭ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ପରିବାର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାମନ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩