ପ୍ରମୂଖ ଖବର
  • ବୟକଟ୍ ଇଣ୍ଡିଆରୁ ୱେଲକମ୍ ମୋଦି, ମାଳଦ୍ଵୀପ ବିମାନ ବନ୍ଦରରେ ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ରିଟର୍ଣ୍ଣିଂ ଏବଂ ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସରଙ୍କୁ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
  • ||
  • ଅଶ୍ଳୀଳ କଣ୍ଟେଣ୍ଟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ : ୨୫ ଭିଡିଓ ପ୍ଲାଟଫର୍ମକୁ ବ୍ୟାନ୍ କଲେ କେନ୍ଦ୍ର ସରକାର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ନୂଆ ଟୁଇଷ୍ଟ, ପୀଡ଼ିତାଙ୍କ ସାଙ୍ଗ କିଣିଥିଲେ ରୁପା ମୁଦି
  • ||
  • ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌, ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ
  • ||
  • ଜୟପୁର: ଭିଜିଲାନ୍ସ ପଞ୍ଝାରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍
  • ||
  • ବିକାଶ ହେବ ୬ ବୟନଶିଳ୍ପ ପାର୍କ, ଆଜି ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାମ୍ବୋଡିଆ-ଥାଇଲାଣ୍ଡ ଭୟଙ୍କର ଯୁଦ୍ଧ, ଆକାଶରୁ ବର୍ଷୁଛି ବୋମା, ଗୁଳିମାଡ଼ରେ ୧୩ ଥାଇ ନାଗରିକଙ୍କ ମୃତ୍ୟୁ
  • ||
  • ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର, ଶସ୍ତା ହେବ ବ୍ରିଟେନ୍‌ ହ୍ୱିସ୍କି, କାର୍‌, ସଫ୍ଟଡ୍ରିଙ୍କ, ଫୁଟ୍‌ୱେର୍‌
  • ||
  • ମଣିପୁରରେ ଆଉ ୬ ମାସ ବଢ଼ିଲା ରାଷ୍ଟ୍ରପତି ଶାସନ, ସଂସଦରେ ପ୍ରସ୍ତାବକୁ ମଞ୍ଜୁରୀ, ଅଗଷ୍ଟ ୧୩ରୁ ଲାଗୁ
  • ||
  • ଅବପାତ ରୂପ ନେବ ଲଘୁଚାପ, ୩୦ ଯାଏ ପ୍ରବଳ ବର୍ଷିବ, ସମୁଦ୍ର ଅଶାନ୍ତରୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ
  • ||

ମାଞ୍ଚେଷ୍ଟର ଟେଷ୍ଟରେ ଇଂଲଣ୍ଡର ଦମଦାର୍ ପ୍ରଦର୍ଶନ; ଶତକରୁ ବଞ୍ଚିତ ହେଲେ ଡକେଟ ଓ କ୍ରାଉଲି

Published By : Bijay Swain | July 24, 2025 11:46 PM

ମାଞ୍ଚେଷ୍ଟର: ମାଞ୍ଚେଷ୍ଟର ଟେଷ୍ଟରେ ଭାରତ ବିପକ୍ଷରେ ଇଂଲଣ୍ଡ ସ୍ଥିତି ମଜବୁତ ରହିଛି। ଗୁରୁବାର ମ୍ୟାଚ୍ ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦଳ ଦୁଇଟି ୱିକେଟ୍ ହରାଇ ୨୨୫ ରନ୍ ହାସଲ କରିଛି। ଖେଳ ଶେଷ ହେବା ବେଳକୁ ଓଲି ପୋପ୍ ୨୦ ରନ୍ ଏବଂ ଜୋ ରୁଟ୍ ୧୧ ରନ୍ କରି ଅପରାଜିତ ଫେରିଛନ୍ତି। ବେନ୍ ଡକେଟ ୯୪ ରନ୍ ଏବଂ ଜ୍ୟାକ୍ କ୍ରାଉଲି ୮୪ ରନ୍ କରି ଆଉଟ୍ ହୋଇଥିଲେ। ଉଭୟ ୧୬୬ ରନ୍ ର ଓପନିଂ ପାର୍ଟନରସିପ୍ ଖେଳିଥିଲେ।

ଭାରତୀୟ ଦଳ ସକାଳେ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ୨୬୪/୪ ସ୍କୋର ସହିତ ଖେଳିବା ଆରମ୍ଭ କରିଥିଲା ଏବଂ ୩୫୮ ରନ୍ ରେ ଅଲଆଉଟ୍ ହୋଇଯାଇଥିଲା। ୱିକେଟ୍ କିପର ରିଷଭ ପନ୍ତ (୫୪ ରନ୍) ଆହତ ହେବା ସତ୍ତ୍ୱେ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଥିଲେ। କେବଳ ଏତିକି ନୁହେଁ, ସେ ଏକ ଅର୍ଦ୍ଧଶତକ ମଧ୍ୟ ପୂରଣ କରିଥିଲେ।

ପନ୍ତଙ୍କ ବ୍ୟତୀତ ସାଇ ସୁଦର୍ଶନ ୬୧, ଯଶସ୍ୱୀ ଜୟସ୍ୱାଲ ୫୮ ଏବଂ ଶାର୍ଦ୍ଦୁଳ ଠାକୁର ୪୧ ରନ୍ ହାସଲ କରିଥିଲେ। ବେନ୍ ଷ୍ଟୋକ୍ସ ୫ ୱିକେଟ୍ ନେଇଥିଲେ। ଜୋଫ୍ରା ଆର୍ଚର ମୋଟ୍ ୩ ୱିକେଟ୍ ନେଇଥିଲେ। ବୁଧବାର ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.