PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

୫ ଦିନ ବଢିଲା ଇଞ୍ଜିନିୟରିଂ କଲେଜରେ ନାମଲେଖା ଅବଧି

ଭୁବନେଶ୍ୱର, ୧୯।୧୧  ଓଡ଼ିଶାର ସରକାରୀ ଓ ଘରୋଇ ଇଂଜିନିୟରିଂ କଲେଜଗୁଡ଼ିକରେ ଛାତ୍ରଛାତ୍ରୀମାନଙ୍କ ଇଂଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଅବଧିକୁ ୫ ଦିନ ବୃଦ୍ଧି କରାଯାଇଛି । ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥ କାର୍ଯ୍ୟାଳୟରେ ଏ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ଜଣାପଡ଼ିଛି ଯେ ବର୍ତ୍ତମାନ ସୁଦ୍ଧା ସରକାରୀ ଓ ବେସରକାରୀ ଇଂଜିନିୟରିଂ କଲେଜଗୁଡ଼ିକରେ ୧୨ ହଜାର ୫୩୬ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଗତ ବର୍ଷ ଇଂଜିନିୟରିଂ ପାଠ୍ୟକ୍ରମରେ ନାମଲେଖାଇଥିବା ଛାତ୍ରଛାତ୍ରୀଙ୍କଠାରୁ ଚଳିତ ବର୍ଷ ୪ ହଜାର ଅଧିକ ବିଦ୍ୟାର୍ଥୀ ନାମ ଲେଖାଇଥିଲେ ମଧ୍ୟ ୬୦.୩୭ ପ୍ରତିଶତ ସ୍ଥାନ ଖାଲି ରହିଛି । ଏହାକୁ ଦୃଷ୍ଟିରେ ରଖି ଅଧିକ ଛାତ୍ରଛାତ୍ରୀଙ୍କୁ ଏହି ପାଠ୍ୟକ୍ରମରେ ନାମଲେଖାଇବାର ସୁଯୋଗ ଦେବା ପାଇଁ ନାମଲେଖା ଅବଧିକୁ ୫ ଦିନ ବୃଦ୍ଧି କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ପ୍ରକାଶ ଥାଉ କି, ସରକାରୀ ଇଂଜିନିୟରିଂ କଲେଜରେ ୮୦.୮୮ ପ୍ରତିଶତ ସ୍ଥାନ ପୂରଣ ହୋଇ ସାରିଥିବାବେଳେ ଘରୋଇ ଇଂଜିନିୟରିଂ କଲେଜରେ ୩୩.୮୭ ପ୍ରତିଶତ ସ୍ଥାନ ପୂରଣ ହୋଇଛି । ଆସନ୍ତା ସପ୍ତାହରେ ନାମଲେଖା ଫି ସଂପର୍କରେ ବିସ୍ତୃତ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ଏବଂ ଏହା ଆସନ୍ତା ତିନୋଟି ଶିକ୍ଷା ବର୍ଷ ନିମନ୍ତେ ଲାଗୁ କରାଯିବ ବୋଲି ଆଲୋଚନାରୁ ଜଣାପଡ଼ିଛି ।

ଏହି ବୈଠକରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ରେଘୁ ଜିଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ସମ୍ବନ୍ଧିତ ଖବର