ପ୍ରମୂଖ ଖବର
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡର ପାଇଁ ପ୍ରବେଶିକା ପରୀକ୍ଷା ଜୁନ୍ ୩୦ରୁ ଆରମ୍ଭ

Published By : Bijay Swain | June 20, 2025 6:20 PM

କଟକ: ଭାରତୀୟ ସେନାର ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡରର ନିଯୁକ୍ତି ବର୍ଷ ୨୦୨୫-୨୬ ନିମନ୍ତେ ଅନଲାଇନ୍ ସାଧାରଣ ପ୍ରବେଶିକା ପରୀକ୍ଷା (ସିଇଇ) ଜୁନ୍ ୩୦ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ । କୋଲକାତା ନିଯୁକ୍ତି ଜୋନ ନିମନ୍ତେ ଦେଶର ୧୮ଟି ସହରର ୨୨ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଓଡ଼ିଶା ପାଇଁ କଟକ, ଭୁବନେଶ୍ୱର, ଢେଙ୍କାନାଳ, ରାଉରକେଲା, ସମ୍ବଲପୁର, ବାଲେଶ୍ୱର ଓ ବ୍ରହ୍ମପୁର (ଗଞ୍ଜାମ) ଆଦି ୭ଟି ସ୍ଥାନରେ ପରୀକ୍ଷା ଅନୁଷ୍ଠିତ ହେବ । 

ଏହି ପରୀକ୍ଷା ଦେବା ପାଇଁ ଗତ ଅପ୍ରେଲ ୨୫ ତାରିଖ ସୁଦ୍ଧା ପଞ୍ଜିକରଣ କରିଥିବା ପ୍ରାର୍ଥୀମାନେ www.joinindianarmy.nic.in ୱେବସାଇଟରୁ ସେମାନଙ୍କ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ଯେଉଁ ପଞ୍ଜିକୃତ ପ୍ରାର୍ଥୀମାନେ ଆଡମିଟ କାର୍ଡ ପାଇନାହାନ୍ତି ସେମାନେ ନିଜ ନିଜ ଅଂଚଳର ସେନା ନିଯୁକ୍ତି କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ କୁହାଯାଇଛି । ଯୋଗ୍ୟ ପ୍ରାର୍ଥୀମାନଙ୍କୁ ଏକ କମ୍ପ୍ୟୁଟର ଆଧାରିତ ଅନଲାଇନ୍ ସାଧାରଣ ପ୍ରବେଶିକା ପରୀକ୍ଷା ଦେବାକୁ ପଡିବ । 

ପରୀକ୍ଷା ସମ୍ବନ୍ଧିତ ସବିଶେଷ ତଥ୍ୟ ୱେବସାଇଟରେ ଉପଲବ୍ଧ ରହିଛି । ନିଯୁକ୍ତି ପ୍ରସଙ୍ଗରେ ପ୍ରାର୍ଥୀମାନେ କୌଣସି ଅସାଧୁ ବ୍ୟକ୍ତିଙ୍କ କବଳରେ ନ ପଡିବାକୁ ଅନୁରୋଧ କରଯାଉଛି । ଯେକୌଣସି ଅନୁସନ୍ଧାନ ପାଇଁ ନିକଟସ୍ଥ ସେନା ନିଯୁକ୍ତି କାର୍ଯ୍ୟାଳୟ ସହ ଯୋଗାଯୋଗ କରିବା ଆବଶ୍ୟକ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.