ପ୍ରମୂଖ ଖବର
  • ବାରିପଦା : କଳା ବାଘ ଚମଡ଼ା ଜବତ, ୪ ଶିକାରୀ ଗିରଫ
  • ||
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ଇଭିଏମ୍ ଭଙ୍ଗାରୁଜା ମାମଲା, ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ ଖାରଜ

Published By : Prameya | May 31, 2024 4:51 PM

ଖୋର୍ଦ୍ଧା,୩୧/୫ : ବୁଥରେ ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ । ଜାମିନ ଖାରଜ କଲେ ଦ୍ବିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ୍ । ଏ ନେଇ ସୂଚନା ଦେଇଛନ୍ତି ପ୍ରଶାନ୍ତଙ୍କ ଓକିଲ ପ୍ରଭାତ ଦାସ।

ସୂଚନାଯୋଗ୍ୟ ଯେ, ଗତ ଶନିବାର ବୋଲଗଡ଼ ବ୍ଲକ ବଡକୁମାରୀ ପଞ୍ଚାୟତ କାଉଁରୀପାଟଣାସ୍ଥିତ ୧୧୪ନଂ.  ବୁଥ୍‌କୁ ମତଦାନ କରିବାକୁ ଯାଇଥିଲେ ଜଗଦ୍ଦେବ । ଏହି ସମୟରେ କୌଣସି  କାରଣରୁ ଉତ୍ତେଜିତ ହୋଇ ସେ ଇଭିଏମ୍‌ ଭଙ୍ଗାରୁଜା କରିଥିବା ଅଭିଯୋଗ  ହୋଇଥିଲା । ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍‌ରେ ଫେରୁଥିବାବେଳେ ବେଗୁନିଆ  ନିକଟରୁ ପୁଲିସ୍‌ ତାଙ୍କୁ ଉଠାଇ ନେଇଥିଲା । ପ୍ରିଜାଇଡିଂ ଅଧିକାରୀ ଜ୍ଞାନରଞ୍ଜନ ତ୍ରିପାଠୀଙ୍କ ଅଭିଯୋଗ କ୍ରମେ ପୁଲିସ ତାଙ୍କ ବିରୋଧରେ ଏକ ମାମଲା (ନଂ.  ୧୧୭/୨୪) ରୁଜୁ କରିଥିଲା ।  ସରକାରୀ କାର୍ଯ୍ୟରେ ବାଧା ଦେବା, ମହିଳାଙ୍କୁ  ଅସଦାଚରଣ କରିବା ଭଳି ବିଭିନ୍ନ ଦଫା ତାଙ୍କ ବିରୋଧରେ ଲାଗିଛି । ପ୍ରଶାନ୍ତଙ୍କ ପକ୍ଷରୁ ହାଇକୋର୍ଟ ଓକିଲ ପିତାମ୍ବର ଆଚାର୍ଯ୍ୟ ଏବଂ ସରକାରୀ ଓକିଲ ରଜନୀ ପଟ୍ଟନାୟକ ଯୁକ୍ତି ବାଢିଥିଲେ। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ କୋର୍ଟ ତାଙ୍କ ଜାମିନ ଖାରଜ କରିଥିବା ସରକାରୀ ଓକିଲ ରଜନୀ ପଟ୍ଟନାୟକ କହିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.