ପ୍ରମୁଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ପପୁଆ ନ୍ୟୁ ଗିନିକୁ ଭେଟିବ ୱେଷ୍ଟ ଇଣ୍ଡିଜ, ପ୍ରୋଭିଡେନ୍ସରେ ହେବ ବ୍ୟାଟିଂ ବିସ୍ଫୋରଣ
  • ||
  • ନିର୍ବାଚନ ଅପ୍‌ଡେଟ୍: ଅରୁଣାଚଳ ପ୍ରଦେଶ ଓ ସିକ୍କିମ୍ ଭୋଟ ଗଣତି ଜାରି
  • ||
  • ସରିଲା ଅରବିନ୍ଦ କେଜ୍‌ରିୱାଲଙ୍କ ଜାମିନ ଅବଧି, ରବିବାର ଫେରିବେ ତିହାର ଜେଲ୍
  • ||
  • ଶେଷ ପର୍ଯ୍ୟାୟରେ ୬୨% ମତଦାନ, ପଶ୍ଚିମବଙ୍ଗରେ ସର୍ବାଧିକ, ବିହାରରେ ସର୍ବନିମ୍ନ
  • ||
  • ବୁଥ ବାହୁଡାମତରେ ଏନ୍ଡିଏକୁ ବହୁମତ, ୩୫୦ ପାର୍‌ NDA, ହ୍ୟାଟ୍ରିକ କରିବେ ମୋଦି
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ଅଂଶୁଘାତ ନେଉଛି ଜୀବନ: ଜଳିବ ପଶ୍ଚିମ ଓଡ଼ିଶା, ୫ ଯାଏ ଉପକୂଳରେ ଗୁଳୁଗୁଳି
  • ||

ବିଜେଡିକୁ ବାଏ ବାଏ କହିଲେ ସମୀର ରଞ୍ଜନ ଦାଶ, ସୁପ୍ରିମୋଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ୱର ୧୯/୦୫: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଲାଗିଲା ବଡ ଝଟକା। ବିଜୁ ଜନତା ଦଳରୁ ଇସ୍ତଫା ଦେଲେ ଦଳ ବରିଷ୍ଠ ନେତା ତଥା ପୂର୍ବତନ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପ୍ରାଥମିକ ସଦସ୍ୟ ପଦରୁ ଛାଡିଥିବା ନେଇ ଦେଲେ ସୂଚନା। ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଲେ ନିଜର ଇସ୍ତଫା ପତ୍ର। ଏବେ ସେ କେଉଁ ଦଳକୁ ଯିବେ ସେନେଇ ଅନେକ କଳ୍ପନା ଜଳ୍ପନା ଲାଗି ରହିଛି।

ସୂଚନା ମୁତାବିକ,ବିଜେଡିର ଜଣେ ଟାଣୁଆ ନେତା ଭାବେ ବେଶ୍ ଜଣାଶୁଣା ଥିଲେ ସମୀର ରଞ୍ଜନ ଦାଶ । ବିଜୁ ଜନତା ଦଳ ଟିକେଟ୍ରୁ ନିର୍ବାଚନ ଲଢି ନିମାପଡ଼ାରୁ ତିନି ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ପ୍ରଥମ ୨୦୦୯, ପରେ ୨୦୧୪, ଆଉ ୨୦୧୯ରେ ବିଧାୟକ ଭାବେ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ । ହେଲେ ୨୦୨୪ ବିଧାନସଭା ନିର୍ବାଚନରେ ନିମାପଡାରୁ ସମୀର ରଞ୍ଜନ ଦାସଙ୍କ ଟିକେଟ୍ କାଟିଥିଲା ବିଜେଡି । ତାଙ୍କ ବଦଳରେ ଦିଲ୍ଲୀପ କୁମାର ନାୟକଙ୍କ ଦଳ ଲଢିବାକୁ ସୁଯୋଗ ଦେଇଛି । ଯାହାକୁ ନେଇ ସମୀର ଅସନ୍ତୁଷ୍ଟ ଥିବା ଜଣାପଡିଥିଲା । ନିକଟରେ ବିଜେଡି ଛାଡି ବିଜେପି ଯିବା ନେଇ ଚର୍ଚ୍ଚା ହେଉଥିଲା । ବିଜେପିର ଜଣେ ମହିଳା ନେତ୍ରୀ ଗଣମାଧ୍ୟମରେ କହିଥିଲେ କି, ପୁରୀ ଜିଲ୍ଲା ନିମାପଡ଼ାର ଜଣେ ବରିଷ୍ଠ ନେତା ଆମ ଦଳରେ ସାମିଲ ହେବେ । ଏହି ବୟାନ ପରଠାରୁ ସମୀର ବିଜେଡି ଛାଡି ବିଜେପି ଯିବା ନେଇ ଚର୍ଚ୍ଚା ଏବଂ ଆଲୋଚନା ଚାଲିଥିଲା । ହେଲେ କୌଣସି ପକ୍ଷଙ୍କ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇନଥିଲା । ଆଉ ଏବେ ସବୁ ଚର୍ଚ୍ଚାରେ ହୋଇଛି ଅନ୍ତ । ତିନି ଦଶନ୍ଧୀ ଧରି ବିଜୁ ଜନତା ଦଳ ସହିତ ଥିବା ପୂର୍ବତନ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାସ ଏବେ ଛାଡିଛନ୍ତି ଦଳ । ବିଜେଡିକୁ କହିଛନ୍ତି ବାଏ ବାଏ । ଏକ ଭିଡିଓ ବାର୍ତ୍ତା ଜରିଆରେ ସେ ବିଜେଡିରୁ ଛାଡିଥିବା ନେଇ ଘୋଷଣା କରିଛନ୍ତି । ଆଉ ବିଜେଡି ସୁପ୍ରିମୋଙ୍କୁ ନିଜ ଇସ୍ତଫା ପତ୍ର ପଠାଇଥିବା ମଧ୍ୟ ସୂଚନା ଦେଇଛନ୍ତି ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.