ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେପିରେ ସାମିଲ ହେଲେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ

ଭୁବନେଶ୍ୱର, ୨୨/୦୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି । ଓଡ଼ିଶାରେ ଛାୟା ସରକାରର ଶାସନ ଚାଲିଛି ଏବଂ ଏହା ବିତାଡ଼ିତ ହେବା ଆବଶ୍ୟକ । ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ୍ ।

ସେ କହିଛନ୍ତି, ଭାରତୀୟ ଜନତା ପାର୍ଟି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ । ମୋଦି ସରକାର ଏବଂ ମୋଦି ଗ୍ୟାରେଣ୍ଟି ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇ ଚାଲିଛି । ଦଳୀୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ମିଶ୍ରଣ ପର୍ବ ସଂଗଠନକୁ ଆହୁରି ସୁଦୃଢ କରିବ । ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ସମସ୍ତ ବର୍ଗର ଲୋକେ ବିଜେପିକୁ ଆପଣାଉଛନ୍ତି । ଓ଼ଡ଼ିଶାର ବିକାଶ ପାଇଁ ଆମେ କାର୍ଯ୍ୟ କରିବା ବୋଲି ସଂକଳ୍ପ ନେବା । ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ୮୯୮୦୮୦୮୦୮୦ ନମ୍ବରରେ ଡାଏଲ୍ କରି ବିଜେପିର ସଦସ୍ୟ ହୁଅନ୍ତୁ ବୋଲି କହିଛନ୍ତି ମନମୋହନ ସାମଲ୍ ।

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ଡେରାବିଶ ବ୍ଲକର ପୂର୍ବତନ ବ୍ଲକ ଚେୟାରମ୍ୟାନ ତଥା ବିଜେଡି ନେତା ସରୋଜକାନ୍ତ ସାହୁ ଏବଂ ପ୍ରଭାତୀ ମଲ୍ଲିକ, ଡ.ପ୍ରିୟବ୍ରତ ମିଶ୍ର ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁଶାସନ, ଗରିବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି କେ.ଭି ସିଂହଦେଓ, ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ନେତୃବୃନ୍ଦ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ।

ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ରାଜ୍ୟ ସାଧାରଣ ସମ୍ପାଦକ ଡ. ଯତୀନ ମହାନ୍ତି, ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିନୋଦ ଦାସ, ବିଷ୍ଣୁ ଦାସ, ଜିଲ୍ଲା ସଭାପତି କିଶୋର ପଣ୍ଡା, ରାଜ୍ୟ ମୁଖପାତ୍ର ତେଜେଶ୍ୱର ପରିଡା, ସାମାଜିକ ଗଣମାଧ୍ୟମ ମୁଖ୍ୟ ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.