ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ, ବିପୁଳ ପରିମାଣର ମଦ ସହ ପୋଚ ଜବତ

Published By : Harapriya Sethi | January 19, 2025 12:40 PM

ଆଠଗଡ଼,୧୯/୦୧: ଆଠଗଡ଼ ବ୍ଲକ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡ଼ାଳୁଆ ଗାଁ ପାଖ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ଅବକାରୀ ବିଭାଗର ଚଢ଼ାଉ । ଚଢଉ କରି ୮୪୦ ଲିଟର ଚୋରା ଦେଶୀ ମଦ ସହ ୬୫୮୦ ଲିଟର ଗୁଡ ପୋଚ ଜବତ କରି ଘଟଣା ସ୍ଥଳରେ ନଷ୍ଟ କରଯାଇଛି । ଘଟଣାରେ କାହାକୁ ଗିରଫ କରିବାରେ ସଫଳ ହୋଇପାରିନାହିଁ ଅବକାରୀ ବିଭାଗ । କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, କଟକ ଜିଲ୍ଲା ଅବକାରୀ ଅଧିକ୍ଷକ କରୁଣା ଶଙ୍କର ତିଓ୍ୱାରୀଙ୍କ ନିର୍ଦ୍ଦେଶକ୍ରମେ ଡାଳୁଆ ସଂରକ୍ଷିତ ଜଙ୍ଗଲରେ ଚଢାଉ ହୋଇଥିଲା । ଏହି ଚଢାଉରେ କଟକ ଜିଲ୍ଲା ଅବକାରୀ ମୋବାଇଲ୍‌ ଟିମ୍‌, ଆଠଗଡ଼ ଅବକାରୀ ବିଭାଗ ଟିମ୍‌ ସାମିଲ ଥିଲେ । ତେବେ ଚଢାଉରେ ଉଭୟଙ୍କୁ ୮୪୦ ଲିଟର ଚୋରା ଦେଶୀ ମଦ ସହ ୬୫୮୦ ଲିଟର ଗୁଡ ପୋଚ ମିଳିଥିଲ। ଯାହାକୁ ପରବର୍ତ୍ତୀ ସମୟରେ ନଷ୍ଟ କରାଯାଇଛି । ତେବେ ଏହି ଘଟଣାରେ କାହାକୁ ଗିରଫ କରିବାରେ ସଫଳ ହୋଇପାରିନାହିଁ ଅବକାରୀ ବିଭାଗ । ଘଟଣାରେ ୩ ଗୋଟି ମାମଲା ରୁଜୁ କରି ଛାନ୍‌ଭିନ୍‌ ଜାରି ରଖିଛି ଅବକାରୀ ବିଭାଗ । ତେବେ ଏହି ଅଞ୍ଚଳରେ ବାରମ୍ବାର ଚଢାଉ ହେଉଥିବା ବେଳେ ମଧ୍ୟ ଚୋରା ମଦ କରିବାର ଥମିବାର ନାଁ ଧରୁନି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.