ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ମହାରାଷ୍ଟ୍ରର ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ଫୋରଣ, ୫ ମୃତ

Published By : Anindita Ratha | January 24, 2025 1:19 PM

ନୂଆଦିଲ୍ଲୀ,୨୪/୦୧:  ମହାରାଷ୍ଟ୍ରର ଅସ୍ତ୍ରଶସ୍ତ୍ର କାରଖାନାରେ ଅଘଟଣ। ବିସ୍ଫୋରଣରେ ଚାଲିଗଲା ୫ ଜଣଙ୍କ ଜୀବନ ।ଏଥିସହ ଏକାଧିକ ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ତେବେ ଘଟଣାଟି ଆଜି ଦିନ ୧୧ ଟା ବେଳେ ଘଟିଥିବା ବେଳେ ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ସେପଟେ ଅଗ୍ନିଶମ ବାହିନୀ  ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି । 

ସୂଚନା ମୁତାବକ, ଏହି ବିସ୍ଫୋରଣ ଜବାହାରନଗର ସ୍ଥିତ ଅସ୍ତ୍ରଶସ୍ତ୍ର କାରଖାନାର ସି ସେକ୍ସନ ୨୩ ବିଲ୍ଡିଂରେ ନିଆଁ ଲାଗିଥିବା ଜଣାପଡ଼ିଛି।  ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ବିସ୍ଫୋରଣର ଶବ୍ଦ ୪ ରୁ ୫ କିଲୋମିଟର ଯାଏଁ ଶୁଣାଯାଇଛି। ବିସ୍ଫୋରଣର ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିଲେ ।  ଦୁର୍ଘଟଣା ପରେ କାରଖାନାରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। କାରଖାନାରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମିକଙ୍କୁ ସ୍ଥାନାନ୍ତର କରାଯାଇଛି। ତେବେ କାରଖାନାରେ କାହିଁକି ଓ କିପରି ବିସ୍ଫୋରଣ ଘଟିଲା ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଦୁର୍ଘଟଣାର ତଦନ୍ତ କରାଯିବ ବୋଲି କାରଖାନା ଅଧିକାରୀ କହିଛନ୍ତି। ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକ ଜଳିଯାଇତିବା ବେଳେ ଆହତଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି। ଯେଉଁଠାରେ ବିସ୍ଫୋରଣ ଘଟିଥିଲା ସେଠାରେ ଏକ କୋଠାର ଛାତ ମଧ୍ୟ ଭୁଶୁଡି ପଡିଥିବା ଜଣାପଡ଼ିଛି। ସେହିପରି କାରଖାନାର କେତେକ ସ୍ଥାନରେ ନିଆଁ ବ୍ୟାପିବାରେ ଲାଗିଛି। ବିସ୍ଫୋରଣ ଯୋଗୁଁ କର୍ମଚାରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଯାହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.