PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ଭୁବନେଶ୍ୱରସ୍ଥିତ ଆପୋଲ ହସ୍ପିଟାଲରେ ଲାଗିଲା ନିଆଁ, ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆପୋଲ ହସ୍ପିଟାଲରେ ଆଜି ସକାଳେ ନିଆଁ ଲାଗିଛି । ହସ୍ପିଟାଲର ୫ମ ମହଲାରେ ନିଆଁ ଲାଗିଥିବା ଜଣାପଡ଼ିଛି । ନିଆଁ ଲାଗିବା ପରେ ଏହି ମହଲାରେ ଥିବା ରୋଗୀମାନଙ୍କୁ ତଳମହଲାକୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିଲେ ମଧ୍ୟ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଡ଼ିଥିବା ଆଶଙ୍କା କରାଯାଉଛି ।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ପ୍ରାୟ ୧୦ଟା ବେଳେ ହଠାତ୍ ଆପୋଲ ହସ୍ପିଟାଲର ୫ମ ମହଲାରେ ଥିବା ଆଇସିୟୁ ପାଖରେ ନିଆଁ ଲାଗିଥିଲା । ସଙ୍ଗେ ସଙ୍ଗେ ହସ୍ପିଟାଲ କର୍ତୃପକ୍ଷ ନିଆଁକୁ ଆୟତ କରିବା ପାଇଁ ଉଦ୍ୟମ କରିବା ସହିତ ଅଗି୍ନଶମ ବିଭାଗକୁ ଖବର ଦେଇଥିଲେ । ତେବେ ପ୍ରବଳ ଧୂଆଁ ଯୋଗୁଁ ଏବେ ବି ପରିସ୍ଥିତି ଗମ୍ଭୀର ରହିଛି । ଅଗ୍ନିଶମ ଅଧିକାରୀମାନେ ଭିତରେ ପ୍ରବେଶ ପାଇଁ ଉଦ୍ୟମ ଚଳାଇଛନ୍ତି । ପଂଚମ ମହଲାରେ ଥିବା ପ୍ରାୟ ୨୦ଜଣ ରୋଗୀଙ୍କୁ ତଳକୁ ଅଣାଯାଉଥିବା ସୂଚନା ମିଳିଛି । ତେବେ ଲିଫ୍ଟ ବନ୍ଦ ଥିବାରୁ ରୋଗୀମାନଙ୍କୁ ଷ୍ଟ୍ରେଚରରେ ବାନ୍ଧି ତଳକୁ ଆଣିବା ପାଇଁ ଉଦ୍ୟମ କରାଯାଉଛି ।

ସମ୍ବନ୍ଧିତ ଖବର