ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନିଟ୍ ପରୀକ୍ଷାରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ, ୩ ଗିରଫ

ଭଦ୍ରକ, ୦୭/୦୫ : ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି କରି ୩ ଗିରଫ। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ଦେଉଥିଲେ ପରୀକ୍ଷା। ଏମିତି ଜଣେ ନକଲି ପରୀକ୍ଷାର୍ଥୀଙ୍କୁ ଧରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ। 

ସୂଚନା ଅନୁଯାୟୀ, ଭଦ୍ରକ ସହରର ଏକ ଘରୋଇ ସ୍କୁଲରେ ନିଟ୍ ପରୀକ୍ଷା ହେଉଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀଙ୍କୁ ଧରିଛି ପୋଲିସ। ମେ ମାସ ୫ ତାରିଖରେ ନିଟ୍ ପରୀକ୍ଷା ବେଳେ ସନ୍ଦେହ ହେବାରୁ ସେଣ୍ଟର ତରଫରୁ ଆଡମିନିଷ୍ଟ୍ରେଟିଭ ଅଫିସରଙ୍କୁ ଅବଗତ କରାଯାଇଥିଲା । ତେବେ ଆଡମିଟ୍ କାର୍ଡରେ ନକଲି ପରୀକ୍ଷାର୍ଥୀଙ୍କ ଫଟୋ ଥିଲା। କିନ୍ତୁ ଆଧାର କାର୍ଡ ଯାଞ୍ଚ୍ ବେଳେ ଫିଙ୍ଗର ପ୍ରିଣ୍ଟ୍ ମ୍ୟାଚ୍ କରିନଥିଲା। ପରେ ପୋଲିସ ତଦନ୍ତ କରିବା ବେଳେ ଜଣାପଡିଥିଲା ଯେ ମୟୁରଭଞ୍ଜ ଅଞ୍ଚଳର ଶାଶ୍ୱତ ତ୍ରିପାଠୀ ନିଟ୍ ପରୀକ୍ଷା ଦେଇଥାନ୍ତେ । କିନ୍ତୁ ଅନ୍ୟ ଜଣେ ପରୀକ୍ଷାର୍ଥୀ ପାଇଁ ପ୍ରଥମେ ଆଦିତ୍ୟ କୁମାରଙ୍କ ସହ ଯୋଗାଯୋଗ କରିଥିଲେ, ପରେ ରାଜେଶ କୁମାର ମଧୁକର ମଧ୍ୟସ୍ଥି ମାଧ୍ୟମରେ କଲିକତା ମେଡିକାଲ କଲେଜର ତୃତୀୟ ବର୍ଷ ଛାତ୍ର ଅଙ୍କିତ ରାଜକୁ ଯୋଗାଯୋଗ କରିଥିଲେ । ଗରିବ ଶ୍ରେଣୀର ଛାତ୍ର ହୋଇଥିବାରୁ ୧୦ ଲକ୍ଷ ଟଙ୍କାରେ ପରୀକ୍ଷା ପାଇଁ ଡିଲ୍ ହୋଇଥିଲା । ତେବେ ଯାଞ୍ଚ୍ ବେଳେ ପୋଲିସ ଏହି ଘଟଣାରେ ସଂପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ ଜଣ ଫେରାର ଅଛନ୍ତି। ଗିରଫଙ୍କ ମଧ୍ୟରେ ବିହାର ଅଞ୍ଚଳର ଅଙ୍କିତ ରାଜ, ମଧ୍ୟସ୍ଥି ବିହାରର ରାଜେଶ ମଧୁକର ଓ ବିହାରର ପ୍ରେମ ଶଙ୍କର ପାଣ୍ଡେ ଗିରଫ ହୋଇଛନ୍ତି । ୧୦ ଲକ୍ଷ ଟଙ୍କା ନେବା ନେଇ ବ୍ୟାଙ୍କରେ ତଦନ୍ତ ଆରମ୍ଭ ହୋଇଛି । ଅଧିକ ତଦନ୍ତ ପାଇଁ ପୋଲିସ ସବିଶେଷ ତଥ୍ୟ ପ୍ରଦାନ କରି ନାହିଁ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.