ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ନକଲି ଶିକ୍ଷକ ନିଯୁକ୍ତି ସମ୍ପର୍କିତ ମାମଲା ; ମେ ୬ ସୁଦ୍ଧା ରିପୋର୍ଟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

Published By : Prameya | April 22, 2025 11:12 PM

କଟକ,୨୨/୪ : ରାଜ୍ୟରେ ୪୨୪ଜଣ ନକଲି ଶିକ୍ଷକ ଧରା ପଡ଼ିଛନ୍ତି । କିନ୍ତୁ ସଂଖ୍ୟା ଏତିକି ନା ଆହୁରି ଅଧିକ ତାହା ଜାଣିବାକୁ ଚାହିଁଛନ୍ତି ହାଇକୋର୍ଟ। ନକଲି ଶିକ୍ଷକ ନିଯୁକ୍ତି ସମ୍ପର୍କିତ ଏକ ମାମଲାର ଶୁଣାଣି କରି ଆସନ୍ତା ମାସ ୬ ତାରିଖ ସୁଦ୍ଧା ସବିଶେଷ ବିବରଣୀ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ହୋଇଛି । ରାଜ୍ୟରେ ମାଳ ମାଳ ନକଲି ଶିକ୍ଷକ ଥାଇ ବି ସେମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିବାର ଅଭିଯୋଗ କରି ସଞ୍ଜୟ ମହାରଣା ୨୦୧୮ ମସିହାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। 

ତେବେ ସରକାରୀ ଭାବେ ହୋଇଥିବା ତଦନ୍ତ ଅନୁସାରେ ୪ ଶହ ୨୪ ଜଣ ନକଲି ଶିକ୍ଷକ ଥିବା ଗତ ତାରିଖରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଥିଲା। ୬ ଟି ଜିଲ୍ଲାରେ ସ୍ଥିତି ଉଦବେଗଜନକ ରହିଛି ବୋଲି କୁହାଯାଇଛି ଏବଂ ବରଗଡ଼, କେନ୍ଦୁଝର ଓ କେନ୍ଦ୍ରାପଡା ଜିଲ୍ଲାରେ ତଦନ୍ତ ଚାଲିଛି ଯାହା ଏବେ ବି ଶେଷ ହୋଇନାହିଁ ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ଯାହାକୁ ନେଇ ମୁଖ୍ୟ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଭୀଷଣ ବିରକ୍ତି ପ୍ରକାଶ କରିଛନ୍ତି। 

୨୦୧୮ମସିହାରୁ ନକଲି ଶିକ୍ଷକ ଧରପଗଡ଼ କାର୍ଯ୍ୟ ଚାଲିଥିଲେ ବି ଏ ଯାଏଁ କାହିଁକି ସରିନାହିଁ ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି । ଆସନ୍ତା ୬ତାରିଖ ସୁଦ୍ଧା ତଦନ୍ତର ଅଗ୍ରଗତି ଏବଂ ଧରା ପଡ଼ିଥିବା ନକଲି ଶିକ୍ଷକମାନଙ୍କ ଉପରେ କି କାର୍ଯ୍ୟାନୁଷ୍ଠାନ ହୋଇଛି ସତ୍ୟପାଠ ଜରିଆରେ ଜଣାଇବା ଲାଗି ରାଜ୍ୟ ଶିକ୍ଷା ବିଭାଗକୁ ନିର୍ଦେଶ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.