ପ୍ରମୂଖ ଖବର
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ କରିବେ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ଘଟଣା : ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା ସହାୟତା

Published By : Suraj Kumar | March 30, 2025 9:22 PM

ଭୁବନେଶ୍ବର, ୩୦।୩ : ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ  ୧୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏହି ଘଟଣାରେ ମୃତାହତଙ୍କ ପାଇଁ ରେଲଓ୍ବେ ପକ୍ଷରୁ କ୍ଷତିପୂରଣ ସହାୟତା ଘୋଷଣା କରିଛି।  ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ରେଲଓ୍ବେ ଘୋଷଣା କରିଛି। ସେହିପରି ଏହି ଦୁର୍ଘଟଣାର ତଦନ୍ତ ରେଳଓ୍ବେ ସେଫଟି କମିଶନର କରିବେ ବୋଲି  ପୂର୍ବତଟ ରେଳପଥ ପକ୍ଷରୁ  ସୂଚନା  ଦିଆଯାଇଛି।

କଟକ ମଙ୍ଗୁଳି ଚୌଦ୍ବାର ନିର୍ଗୁଣ୍ତି ନିକଟରେ ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଥିଲା । ଫଳରେ ଧରଣାରୁ ୧୧ ଟି ବଗି ଖସି ଯାଇଥିଲା । ଦୁର୍ଘଟଣା ହେବା ଫଳରେ ଟ୍ରେନ୍‌ରେ ଥିବା ଯାତ୍ରୀମାନେ ଡରି ଯାଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ପଶ୍ଚିମବଙ୍ଗର ଶୁଭଙ୍କର ରାଏ।  ସେହିପରି ୧୬ଜଣ ଆହତଙ୍କୁ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି କରାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.