ମେଷ : ଅଷ୍ଟମ ଚନ୍ଦ୍ର, ସକାଳ ୯ଟା ୩୨ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ବୃଷ : ସପ୍ତମ ଚନ୍ଦ୍ର ଏବଂ ଦିବା ୧୦ଟା ୪୪ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା : ୧୨, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ : ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୧, ଆରାଧନା : ଭଗବାନ ଶିବ ।
ସିଂହ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ସକାଳ ୯ଟା ୩୨ ମିନିଟ୍ ପରେ ଘାତତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ ।
କନ୍ୟା : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ôଥକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଚକୋଲେଟ୍, ସଂଖ୍ୟା : ୬, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଏବଂ ଦିବା ୧୦ଟା ୪୪ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୮, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ: ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ ଓ ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଘାତବାର ଏବଂ ଏକାଦଶ ଚନ୍ଦ୍ର ଓ ଦିବା ୧୦ଟା ୪୦ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ କମ୍ ରହିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
କୁମ୍ଭ : ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
ମୀନ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଏବଂ ମହତ୍ ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । କୌଣସି ସଭା ଏବଂ ସଙ୍ଗଠନର ନେତୃତ୍ୱ ନେବେ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୦୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ,
ମୋବାଇଲ ନଂ : ୯୪୩୭୧୩୩୪୭୩