ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଷୀ ମୃତ, ଜଣେ ଅଟକ

Published By : Rasmita Pradhan | November 19, 2024 1:08 PM

ଭଦ୍ରକ, ୧୯/୧୧ : ଗାଈଗୋରୁଙ୍କ ପାଇଁ ବିଲରେ ଲାଗିଥିଲା ଝଟ୍‌କା ମେସିନ୍। ବିଦ୍ୟୁତ୍ ତାର ଲାଗି ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ। ଭଦ୍ରକ ଜିଲ୍ଲା ଧୁସୂରୀ ଥାନା ଅଧିନ କୁରୁଆ ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ବୁଦ୍ଧିରାମ ବେହେରା। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖିଛି। 

ସୂଚନାନୁଯାୟୀ, ଧୁସୂରୀ ଥାନା ଅଧିନ କୁରୁଆ ଗ୍ରାମର ବୁଦ୍ଧିରାମ ବେହେରା ସୋମବାର ସକାଳେ ବିଲ ଦେଖିବାକୁ ଯାଇଥିଲେ। ତାଙ୍କ ପାଖ ବିଲରେ ଜଣେ ବ୍ୟକ୍ତି ଝଟ୍‌କା ମେସିନ ଲଗାଇଥିଲେ। ଭୁଲ୍‌ବଶତଃ ବୁଦ୍ଧିରାମ ଏହି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଦୀର୍ଘ ସମୟ ଧରି ସେ ଘରକୁ ନଫେରିବାରୁ ଗାଁ ଲୋକେ ଖୋଜାଖୋଜି କରିଥିଲେ। ରାତିରେ ବୁଦ୍ଧିରାମ ବିଲରେ ପଡିଥିବା ଦେଖିବାକୁ ପାଇଥିଲେ। ତାଙ୍କୁ ସଙ୍ଗେସଙ୍ଗେ ଭଦ୍ରକ ମେଡିକାଲ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ବୁଦ୍ଧିରାମଙ୍କ ପୁଅ ଧୁସୂରୀ ଥାନାରେ ଅଭିଯୋଗ କରିଥିଲେ। ବିଲରେ ଝଟ୍‌କା ମେସିନ ଲଗାଇବା ଅଭିଯୋଗରେ ପୋଲିସ ଜଣଙ୍କୁ ଅଟକ ରଖିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.