ପ୍ରମୂଖ ଖବର
  • ଅବସର ପରେ କରିପାରିବେ ଶିକ୍ଷକତା, ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ
  • ||
  • ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି, ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା
  • ||
  • ମୟୂରଭଞ୍ଜ : ସାପ କାମୁଡାରେ ଚାଲିଗଲା ୨ ମହିଳାଙ୍କ ଜୀବନ
  • ||
  • ଅନ୍ନଦାତାଙ୍କୁ ପିଏମ୍ କିଷାନ ଟଙ୍କା, ୯ କୋଟି ୭୧ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୨୦ତମ କିସ୍ତି
  • ||
  • ଅପରେସନ୍ ଅଖଲ; କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିପାତ
  • ||
  • କରଞ୍ଜିଆ: ବିଲ ମଝିରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ; ମହିଳା ମୃତ, ପୁରୁଷ ଗୁରୁତର
  • ||
  • ଅପରେସନ୍ ଅଖଲ, ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଜଣେ ଆତଙ୍କୀ ନିପାତ
  • ||
  • ଢେଙ୍କାନାଳ : ଚାଷୀଙ୍କୁ ଦଳିଦେଲା ଦନ୍ତା, ମୁଣ୍ଡରୁ ଅଲଗା ହେଲା ଗଣ୍ଡି
  • ||
  • ବିଜେଡି ନେତା ରାଜା ଚକ୍ରଙ୍କୁ ୧୫ ଦିନ ଜାମିନ୍‌, ଶଶୁରଙ୍କ ଦଶାହ କର୍ମରେ ଯୋଗ ଦେବାକୁ ମିଳିଛି ଅନ୍ତରୀଣ ବେଲ୍
  • ||
  • ବ୍ରହ୍ମପୁର: ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି
  • ||
  • ରାଜନୀତି ଛାଡ଼ିବାକୁ ଘୋଷଣା କଲେ କମଲା ହାରିସ୍‌, କହିଲେ 'ଆମ ବ୍ୟବସ୍ଥା ଭାଙ୍ଗି ସାରିଛି...'
  • ||
  • ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ଚାଷୀଙ୍କୁ ଦଳିଦେଲା ଦନ୍ତା, ମୁଣ୍ଡରୁ ଅଲଗା ହେଲା ଗଣ୍ଡି

Published By : Harapriya Sethi | August 2, 2025 9:04 AM

ହିନ୍ଦୋଳ/ନିମବାହାଳି,୦୨/୦୮: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳରେ ହାତୀ ଆକ୍ରମଣରେ ମୃତ୍ୟୁ ନିତିଦିନିଆ ଘଟଣାରେ ପରିଣତ ହେଲାଣି। ଗତ ଗୁରୁବାର ଏହି ବନାଞ୍ଚଳରେ ୩ ଜଣଙ୍କୁ ଏକ ସଙ୍ଗରେ ହାତୀ ଦଳି ମାରିଦେଇଥିବା ବେଳେ ଶନିବାର ପୁଣି ଜଣେ ଚାଷୀ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ ସୁଧାକର ସାମଲ (୫୬ବର୍ଷ)। ତାଙ୍କ ଘର ହିନ୍ଦୋଳ ବ୍ଲକ ମହାଲୁଣ୍ଡା ପଞ୍ଚାୟତ ଟାଙ୍ଗିଶାଳ ଗ୍ରାମରେ। ହାତୀ ଆକ୍ରମଣରେ ତାଙ୍କ ମୃତ୍ୟୁ ହୋଇଛି । ଶରୀରର ମୁଣ୍ଡରୁ ଗଣ୍ଡି ଅଲଗା ହୋଇଯାଇଛି। ବିଲମାଳରୁ ଶନିବାର ସକାଳୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। 

ସୂଚନା ମୁତାବକ, ସୁଧାକର ଶୁକ୍ରବାର ବିଲକୁ ଯାଇଥିଲେ। ହେଲେ ସନ୍ଧ୍ୟାସୁଦ୍ଧା ଫେରିନଥିଲେ। ରାତିରେ ପରିବାର ଲୋକେ ଖୋଜାଖୋଜି କରି ପାଇ ନଥିଲେ। ହାତୀ ଭୟରେ ଗ୍ରାମବାସୀ ବିଲକୁ ଯାଇନଥିଲେ। ସକାଳୁ ବିଲ ମଧ୍ୟରୁ ସୁଧାକରଙ୍କ ମୃତଦେହ ଠାବ ହୋଇଛି । ବିଲ ଚାରିପାର୍ଶ୍ୱରେ ହାତୀ ପାଦ ଚିହ୍ନ ଥିବାରୁ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ଗ୍ରାମବାସୀ କହିଛନ୍ତି। ଏସମ୍ପର୍କରେ ଖବର ପାଇ କର୍ଣ୍ଣପୁର ବିଟ ହାଉସର ବନ କର୍ମଚାରୀ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.