ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଫସଲ ଉଜାଡ଼ି ଦେଲା ଅଦିନିଆ ବର୍ଷା, କୀଟନାଶକ ପିଇ ଜୀବନ ହାରିଲେ ଚାଷୀ!

Published By : Rasmita Pradhan | December 28, 2024 2:37 PM

କେନ୍ଦ୍ରାପଡ଼ା, ୨୮/୧୨ : ସର୍ବନାଶ କଲା ଅଦିନିଆ ବର୍ଷା। ଉଜାଡ଼ିଦେଲା ବର୍ଷକର ପରିଶ୍ରମ। ସହି ପାରିଲେନି ଚାଷୀ। କୀଟନାଶକ ପିଇ ଆତ୍ମହତ୍ୟା କଲେ ଭାଗଚାଷୀ। କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଖମୋଳ ପଞ୍ଚାୟତ କୋସିଦା ଗାଁରେ ଏଭଳି ଅଭାବନୀୟ ଘଟଣା ଗଟିଛି। ଭାଗଚାଷୀ ଦୈତାରୀ ଜେନା କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ଅଦିନିଆ ବର୍ଷାରେ ଫସଲ ନଷ୍ଟ ହେବା ଯୋଗୁଁ ଖମୋଳ ପଞ୍ଚାୟତ କୋସିଦା ଗାଁର ଦୈତାରୀ ଜେନା (୭୨ ବର୍ଷ) ଗତ ୨୩ ତାରିଖ ଦିନ କୀଟନାଶକ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ଆଜି ତାଙ୍କର ମୃତ୍ୟୁ ହୋଇଛି। ଚଳିତ ବର୍ଷ ଋଣ କରି ଦୈତାରୀ ପ୍ରାୟ ତିନି ମାଣେ ଜମିରେ ଧାନ ଚାଷ କରିଥିଲେ। ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ ହୋଇଯିବା ଯୋଗୁଁ ଦୈତାରୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ଦୈତାରୀଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.