ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ହାତୀ ଆକ୍ରମଣରେ ଚାଷୀ ମୃତ, ଜଣେ ଗୁରୁତର

Published By : Krishna Priya | October 20, 2024 9:35 AM

ହିନ୍ଦୋଳ, ୨୦/୧୦: ହିନ୍ଦୋଳ ବନାଞ୍ଚଳ ରାସୋଳ ଫରେଷ୍ଟ ସେକ୍ସନ ଇଲାକା ଠେଙ୍ଗା ଛୋଟାପଡା ଅଞ୍ଚଳରେ ଜଣେ ଚାଷୀଙ୍କୁ ହାତୀ କଚାଡି ମାରିଦେଇଥିବା ବେଳେ ଅନ୍ୟ ଜଣେ ଚାଷୀ ଗୁରୁତର ଆହତ ହୋଇଛନ୍ତି। ରବିବାର ସକାଳେ ଗ୍ରାମର ଦୁଇଜଣ ଚାଷୀ ନିଜ ବିଲକୁ ଧାନ ଫସଲ ଦେଖିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡି ଯାଇଥିଲେ। ହାତୀ ସହିତ ଉଭୟଙ୍କର ମୁହାଁମୁହିଁ ହୋଇଯାଇଥିଲା। ହାତୀ ଆକ୍ରମଣରେ ଠେଙ୍ଗା ଗ୍ରାମର ରମେଶ ଖମାରିଙ୍କର ମୃତ୍ୟୁ ହୋଇଥିବା ବେଳେ ଛୋଟାପଡା ଗ୍ରାମର ଅମର ବେହେରା ଗୁରୁତର ଅବସ୍ଥାରେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଘଟଣା ସ୍ଥଳରେ ବନବିଭାଗର କୌଣସି ଅଧିକାରୀ ପହଞ୍ଚି ନଥିବା ବେଳେ ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.