ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଅଂଶୁଘାତରେ ଚାଷୀଙ୍କ ଜୀବନ ଗଲା !

ଚନ୍ଦନେଶ୍ୱର,୧୬/୦୪: ଅଂଶୁଘାତରେ ଜଣେ ଚାଷୀଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ବାଳେଶ୍ୱର ଜିଲ୍ଲା ଭୋଗରାଇର ମହେଶପୁର ପଞ୍ଚାୟତ ମହେଶପୁର ଗାଁର ଲକ୍ଷ୍ମୀକାନ୍ତ  ସାହୁ(୬୪) । ଏନେଇ ଭୋଗରାଇ ଥାନାରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି । ଲକ୍ଷ୍ମୀକାନ୍ତ ସକାଳେ ଧାନଜମିକୁ ଚାଷ ଦେଖିବାକୁ ଯାଇଥିଲେ ।  ମଧ୍ୟାହ୍ନ ପ୍ରାୟ ୧୨ଟା ୩୦ରେ ସେ ଜମି ପାଖରେ ଅଚେତ ହୋଇ ପଡ଼ିଥିବା  ଦେଖି ଜଣେ ଚାଷୀ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର  ଲୋକେ ତାଙ୍କୁ ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ଡାକ୍ତର  ତାଙ୍କୁ ମୃତ ଘୋଷଣା କରିଥିଲେ । ପ୍ରବଳ ଗ୍ରୀଷ୍ମ ପ୍ରବାହ ହେତୁ ଅଂଶୁଘାତରେ  ଲକ୍ଷ୍ମୀକାନ୍ତଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.