PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଚାଷୀ ମୃତ

କାମାକ୍ଷାନଗର, ୨୭।୭ ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଜଣେ ଚାଷୀର ମୃତ୍ୟୁ ହୋଇଛି। ମୃତ ଚାଷୀ ଜଣକ ହେଲେ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କୁଆଳୁ ଗ୍ରାମର ବିଭୁତି ନାୟକ।

କୁଆଳୁ ଗ୍ରାମର ବିଭୁତି ଗାଁର ଦୁଲୁକପଶି ଅଞ୍ଚଳ ଚାଷ ଜମିକୁ ଚାଷ କରିବା ପାଇଁ ଯାଇଥିଲେ। ତେବେ ମଧ୍ୟାହ୍ନରେ  ପ୍ରବଳ ଘଡ଼ ଘଡ଼ି  ବର୍ଷା ସହ ବଜ୍ରପାତ ହୋଇଥିଲା। ସେ କାମ କରୁଥିବା ଅବସ୍ଥାରେ ବଜ୍ରପାତର ଶିକାର ହୋଇଥିଲେ। ସଂଜ୍ଞାହୀନ ଅବସ୍ଥାରେ ବିଲରେ ପଡିରହିଥିଲେ। ପାଖ ଜମିରେ ଚାଷ କରୁଥିବା ଲୋକ  ତାଙ୍କ ପରିବାର ଲୋକଙ୍କୁ ଖବର ଦେବା ସହ ସଙ୍ଗେ ସଙ୍ଗେ ତାଙ୍କୁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପରଜଙ୍ଗ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ସମ୍ବନ୍ଧିତ ଖବର