ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ

Published By : Harapriya Sethi | October 6, 2024 1:52 PM

ଧର୍ମଗଡ଼,୦୬/୧୦: କେନାଲ ପାଣି ଯୋଗାଣ ଦାବିରେ ଧର୍ମଗଡ ବ୍ଲକ ତେଲିପଳାସ ଡିଷ୍ଟିବ୍ୟୁଟାରି ଅଞ୍ଚଳର ଚାଷୀମାନେ ରବିବାର ସକାଳ ୯ ଟାରୁ ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ତେଲିପାଳାସ ଛକ ଠାରେ ରାସ୍ତା ଅବରୋଧ କରିଥିଲେ । ଏସଡିଓ ଆସି ପ୍ରତିଶୃତି ନଦେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ ଜାରି ରହିବ ବୋଲି କହିଛନ୍ତି ଚାଷୀ । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକରେ ଏଭଳି ଘଟଣା ଘଟିଛି  ।

ସୂଚନା ମୁତାବକ, ଚଳିତବର୍ଷ କ୍ଷେତକୁ ପାଣିର ଆବଶ୍ୟକତା ଥିବାବେଳେ ବର୍ଷା ନହେବାରୁ ପାଣି ପାଇଁ ହଇରାଣ ହେଉଛନ୍ତି ଚାଷୀ । ବର୍ଷା ଅଭାବରୁ ଧାନ ଗଛ ମରିବାରେ ଲାଗିଲାଣି । ପାଣି ଯୋଗାଇ ନଦେଲେ ଖୁବ ଶୀଘ୍ର ଚାଷ ନଷ୍ଟ ହୋଇଯିବ । ଫଳରେ ଚାଷୀ ରୋଜଗାର ହରାଇବା ସହ ଋଣ ପରିଷୋଧ ଓ ପରିବାର ପରିଚାଳନା କରିପାରିବେ ନାହିଁ ବୋଲି ପ୍ରକାଶ କରିଛନ୍ତି ଚାଷୀ । ଯାହାକୁ ନେଇ ସ୍ଥାନୀୟ ଚାଷୀମାନେ ତେଲିପଳାସ ଡିଷ୍ଟ୍ରିବୂଟାରି ପର୍ଯ୍ୟନ୍ତ ଜଳ ଯୋଗାଣ ଦାବୀରେ ରାସ୍ତା ଅବରୋଧ କରିଥିଲେ । ରବିବାର ସକାଳ ୯ଟାରୁ ଏହି ରାସ୍ତାରୋକ ଆରମ୍ଭ ହୋଇଥିଲା । 

ଏହି ରାସ୍ତା ଅବରୋଧ ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଥିବାବେଳେ ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ରାସ୍ତା ଅବରୋଧ ହୋଇଥିବା ଖବର ପାଇ ଧର୍ମଗଡ ଅତିରିକ୍ତ ତହସିଲଦାର ଅଜିତ କୁମାର ମହନ୍ତ ଘଟଣା ସ୍ଥଳକୁ ପହଞ୍ଚି ବୁଝା ସୁଝା କରିଥିଲେ ।  ତଥାପି ମାନି ନଥିଲେ ଚାଷୀ । ଏସଡିଓ ଆସି ପ୍ରତିଶୃତି ନଦେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ ଜାରି ରହିବ ବୋଲି ଆନ୍ଦୋଳନକାରୀ ମାନେ ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.