ପ୍ରମୂଖ ଖବର
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ପ୍ରସ୍ତାବିତ ସ୍ଥାନରେ ଧାନମଣ୍ଡି ନିର୍ମାଣ ପାଇଁ ଦାବି, ପୌରକାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

Published By : Harapriya Sethi | April 25, 2025 12:22 PM

ଆନନ୍ଦପୁର, ୨୫/୦୪: ପ୍ରସ୍ତାବିତ ସ୍ଥାନରେ ଧାନମଣ୍ଡି ନିର୍ମାଣ କରିବା ପାଇଁ ଚାଷୀଙ୍କ ଦାବି । ଆନନ୍ଦପୁର ପୌରପରିଷଦ ପଦ୍ମପୁର ୧ ନଂ ଓ ୨ ନଂ ୱାର୍ଡର ଶତାଧିକ ଚାଷୀ ଶୁକ୍ରବାର ଉଭୟ ପୌର କାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ । ଦୀର୍ଘ ଦିନ ଧରି ବାରମ୍ବାର ଏହି ଘଟଣାକୁ ନେଇ ଦାବି ହୋଇ ଆସୁଥିଲେ ବି ପ୍ରଶାସନର ସ୍ଥାଣୁତା ଚାଷୀ ଅସନ୍ତୋଷର ମୁଖ୍ୟ କାରଣ ପାଲଟିଛି । ଯାହାର ପରିଣାମ ସ୍ୱରୂପ ଚାଷୀମାନେ ସରକାରୀ କାର୍ଯ୍ୟାଳୟ ଘେରାଓ କରିବ ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା ।

ତେବେ ଏହି ଘେରାଓ ସମୟରେ ଅସହ୍ୟ ତାତି ପ୍ରଭାବରେ ପଦ୍ମପୁର ଗ୍ରାମର ଚାଷୀ ଶିବ ପ୍ରସାଦ ସାହୁ ଆଚେତ ହୋଇପଡ଼ିଥିଲେ । ତାଙ୍କୁ ପୋଲିସ ଗାଡି ସହାୟତାରେ ଫକୀରପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଚାଲିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.