ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବସ୍‌କୁ ଓଭୋରଟେକ୍ କରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ଭାଇ-ଭଉଣୀ ଗୁରୁତର

Published By : Rasmita Pradhan | November 12, 2024 10:33 AM

ହରଭଙ୍ଗା, ୧୨/୧୧ : ବସ୍‌କୁ ଓଭୋରଟେକ୍ କରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାରେ ଘୋଷାଡ଼ି ହୋଇପଡିଲା ବାଇକ୍। ଭାଇ-ଭଉଣୀ ଗୁରୁତର। ହରଭଙ୍ଗା ଥାନା ଚାରିଛକ-ଶୀତଲପାଣି ପୂର୍ତ୍ତ ରାସ୍ତା ଖରଭୂଇଁ କଙ୍କଡା ପଥର ବୁଲାଣିରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା।

ସୂଚନା ଅନୁଯାୟୀ, ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଛତ୍ରଙ୍ଗ ଗ୍ରାମର ରାଜେନ୍ଦ୍ର ପ୍ରଧାନ (୨୫ ବର୍ଷ) ଓ ଭଉଣୀ ରୋଜାଲିନ ପ୍ରଧାନ(୨୧ ବର୍ଷ) ଏକ ବାଇକ୍ ଯୋଗେ ସକାଳ ପ୍ରାୟ ୭ଟାରେ ଚାରିଛକ ଯାଉଥିଲେ। ଏତିକି ବେଳେ ଚାରିଛକ-ଶୀତଲପାଣି ପୂର୍ତ୍ତ ରାସ୍ତା ଖରଭୂଇଁ କଙ୍କଡା ପଥର ବୁଲାଣିରେ ଏକ ବସ୍‌କୁ ଓଭୋରଟେକ୍ କରି ଆଗକୁ ଯାଇଥିଲେ। ରାସ୍ତା ବୁଲାଣି ଥିବାରୁ ଭାରସାମ୍ୟ ହରାଇ ବାଇକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ରୋଜାଲିନ୍ ପ୍ରାୟ ୫୦ ମିଟର ଦୂରକୁ ଛିଟିକି ପଡିଥିଲେ। ସେହିପରି ରାଜେନ୍ଦ୍ରଙ୍କ ମୁହଁ, ମୁଣ୍ଡ ମାଡ଼ ହେବା ସହିତ ହାତ ଆଙ୍ଗୁଠି ଛିଣ୍ଡି ପଡିଥିଲା। ସ୍ଥାନୀୟ ଲୋକେ ଉଭୟ ଭାଇ-ଭଉଣୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପୁରୁଣାକଟକ ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦୁହିଁଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେବାକୁ ଭୁବନେଶ୍ଵରକୁ ସ୍ଥାନାନ୍ତର କରାଯାଇଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.