ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ,ରକ୍ତ ଜୁଡୁବୁଡୁ ଅବସ୍ଥାରେ ଡ଼ାକ୍ତଖାନାରେ ଭର୍ତ୍ତି

Published By : Anindita Ratha | March 9, 2025 2:01 PM

ସୋରଡା,୦୯/୦୩: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତାରେ ପଡି ଛଟପଟ ହେଉଥିବା ବେଳେ  ସୋରଡ଼ା  ପୋଲିସ ଘଟଣାସ୍ଥଳରେ ତାଙ୍କୁ ଉଦ୍ଧାର କରି ଡ଼ାକ୍ତଖାନାରେ ଭର୍ତ୍ତି କରିଛି। ତେବେ ଗୁରୁତର ଯୁବକ ଜଣକ ଗେଞ୍ଜା ପଂଚାୟତ ବନ୍ଧାଗୋଛା ଗ୍ରାମର ସପନୀ ନାୟକ ବୋଲି ଜଣାପଡ଼ିଛି । 

ଏହା ମଧ୍ୟ ପଢନ୍ତୁ- ବିପୁଳ ପରିମାଣର ବାଣ ତିଆରି ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

ସୂଚନା ଅନୁଯାୟୀ, ଯୁବକ ଜଣକ କୌଣସି କାମରେ ରବିବାର ସକାଳେ ସୋରଡ଼ା ଆସିଥିଲେ । ହାଟପଦା ନିକଟରେ ଅଚାନକ କେତେଜଣ ଆସି ତାକୁ କୌଣସି ଧାରୁଆ ଅସ୍ତ୍ରରେ  ଦୁଇ ଗୋଡ଼ ଓ ହାତକୁ ହାଣିଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଫଳରେ  ଯୁବକ ଜଣକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିଲେ। ତେବେ ଆକ୍ରମଣର କାରଣ ଜଣାପଡ଼ିନାହିଁ।ଖବର ପାଇ ପୋଲିସ୍ ଏସ ଆଇ କୈଳାସ ଚନ୍ଦ୍ର ସାହୁ ଘଟଣାସ୍ଥଳରେ ପହଞ୍ଚି ସଙ୍ଗେ ସଙ୍ଗେ ଆହତ ଯୁବକକୁ ନିଜ ଗାଡ଼ିରେ ଡାକ୍ତରଖାନା ଆଣି ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଇଥିଲେ । ଏହାକୁ ସାଧାରଣରେ ପ୍ରଶଂସା କରାଯାଇଛି । ତେବେ ଏଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଆହତ ସପନୀକୁ ବ୍ରହ୍ମପୁର ପଠାଇ ଦିଆଯାଇଛି  । ବର୍ତ୍ତମାନ ଆକ୍ରମଣର କାରଣ ଜଣା ପଡ଼ିନଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।












Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.