ପ୍ରମୂଖ ଖବର
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ସାପ୍ତାହିକ ବଜାରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପୋଲିସର ତଦନ୍ତ ଆରମ୍ଭ

Published By : Harapriya Sethi | January 31, 2025 1:55 PM

ଭୁବନେଶ୍ୱର,୩୧/୦୧: ଶଗଡା ସାପ୍ତାହିକ ବଜାରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣି ଦୁର୍ବୃତ୍ତ ଫେରାର । ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ଗ୍ରାମର ଦିଲ୍ଲୀପ କର୍ଣ୍ଣ ବୋଲି ଜଣାପଡ଼ିଛି । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡା ସାପ୍ତାହିକ ବଜାରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଉକାବିର ଗ୍ରାମର ଦିଲ୍ଲୀପ କର୍ଣ୍ଣ ସାପ୍ତାହିକ ବଜାରରେ ଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ କରିଥିଲେ । ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ ହାଣି ଦେଇଥିଲେ । ଫଳରେ ଯୁବକ ଜଣକ ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ି ରହିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାଉଁଶୁଣି ମେଡିକାଲରେ ଭର୍ତ୍ତି କରିଛି । ଏହା ସହ ଆକ୍ରମଣକାରୀଙ୍କୁ ଖୋଜି ଘଟଣା ସ୍ଥଳରେ ତଦନ୍ତ କରୁଛି ମନମୁଣ୍ଡା ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.